ରାଜ୍ୟରେ ୨୪ ଘଂଟାରେ ୭୭୧ କରୋନା ଆକ୍ରାନ୍ତ ଚିହ୍ନଟ : ସଂକ୍ରମିତଙ୍କ ମଧ୍ୟରେ ୧୧୭ ପିଲା

112

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୪୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥି ଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୧୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ୍ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୬ ଜଣ, ବାଲେଶ୍ୱରରୁ ୪୧ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୧୫ ଜଣ, କଟକରୁ ୭୧ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୧୨ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୬ ଜଣ, ଯାଜପୁରରୁ ୩୪ ଜଣ, ଝାରସୁଗୁଡ଼ାରୁ ୯ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୪ ଜଣ, କେଉଁଝରରୁ ୫ ଜଣ, କୋରାପୁଟରୁ ୧୧ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୧୯ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ୧୧ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୨୧ ଜଣ, ରାୟଗଡ଼ାରୁ ୧୧ ଜଣ, ସମ୍ୱଲପୁରରୁ ୧୭ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ ପୁଲରୁ ୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେହିପରି ରାଜ୍ୟରେ ୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି । ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୦୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଏହି ମୃତକଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଏବଂ ଯାଜପୁର, ମୟୂରଭଞ୍ଜ ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଅଛନ୍ତି । ରାଜ୍ୟରେ ଟେଷ୍ଟ ପଜିଟିଭ ରେଟ୍ ୧.୧୮ ପ୍ରତିଶତ ରହିଛି । ୨୪ ଘଂଟାରେ ୫୭୪ ଜଣ ସୁସ୍ଥ ହୋଇଛନ୍ତି । ଦିନକରେ ୭୭୧ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୧୪ ହଜାର ୩୩୮ ହୋଇଛି । ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୯୯ ହଜାର ୧୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟରେ ଏବେ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୭ ହଜାର ୪୨ ରହିଛି ।