ପୁଣି ରାଜ୍ୟକୁ ଫେରିଲା ଲକଡାଉନ୍ : ସାରା ରାଜ୍ୟରେ ୧୪ ଦିନିଆ ଲକଡାଉନ୍ ଘୋଷଣା କଲେ ରାଜ୍ୟ ସରକାର

ମେ ୫ରୁ ୧୯ ତାରିଖ ସକାଳ ଯାଏଁ ବଳବତର ରହିବ କଟକଣା ; ଜାରି ରହିବ ସ୍ୱାସ୍ଥ୍ୟ ଓ ଜରୁରୀ ସେବା 

826

କନକ ବ୍ୟୁରୋ : ରାଜ୍ୟରେ କୋଭିଡ ସ୍ଥିତିକୁ ଦେଖି ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ପୂର୍ବରୁ ନାଇଟ କର୍ଫ୍ୟୁ ଓ ସଟଡାଉନ ଭଳି ପଦକ୍ଷେପ ନିଆଯାଇଥିବା ବେଳେ ଏବେ ରାଜ୍ୟକୁ ୧୪ଦିନ ପାଇଁ ଲକଡାଉନ କରାଯିବ ବୋଲି ଘୋଷଣା କରିଛନ୍ତି ରାଜ୍ୟ ସରକାର। ମେ’୫ରୁ ୧୯ପର୍ଯ୍ୟନ୍ତ ରାଜ୍ୟର ସବୁ ଜିଲ୍ଲାରେ ଲକଡାଉନ ହେବ। ଏହି ସମୟ ମଧ୍ୟରେ ସ୍ବାସ୍ଥ୍ୟ ଓ ଜରୁରୀ ସେବା ଜାରି ରହିବ। ଘରଠୁ ୫୦୦ମିଟର ଦୂରତା ଭିତରେ ସକାଳ ୬ରୁ ମଧ୍ୟାହ୍ନ ୧୨ଟା ଭିତରେ ଅତ୍ୟାବଶ୍ୟକ ସାମଗ୍ରୀ କିଣିପାରିବେ ଲୋକେ। ଚାଲି ଚାଲି ଯାଇ ଲୋକେ ପନିପରିବା ଇତ୍ୟାଦି କ୍ରୟ କରି ପାରିବେ କୁହାଯାଇଛି ।

ଲକଡାଉନ ଅବଧି ମଧ୍ୟରେ ପୂର୍ବ ପରି ଶନିବାର ଓ ରବିବାର ସପ୍ତାହାନ୍ତ ସଟଡାଉନ ବଳବତ୍ତର ରହିବ। ଲକଡାଉନ ସମୟରେ ଟିକାକରଣ ଜାରି ରହିବା ସହ କୋଭିଡ ପରୀକ୍ଷା ପାଇଁ ଅନୁମତି ମିଳିବ। ନିର୍ବାଚନୀ କାର୍ଯ୍ୟ ଉପରେ କୌଣସି କଟକଣା ନ ରହିବା ସହ ପରିବହନ ସେବା କଟକଣା ମୁକ୍ତ ହେବ। ହସ୍ପିଟାଲ, କ୍ଲିନିକ, ନର୍ସିଂହୋମ, ଟେଲି ମେଡିସିନ ସେବା ଜାରି ରହିବ। ଏନେଇ ଓଡ଼ିଶାର ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Comments are closed.