କନକ ବ୍ୟୁରୋ : ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ । ପ୍ରଶ୍ନକାଳ ଆରମ୍ଭରେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହକୁ ସାଢେ ୧୧ଟା ଯାଏଁ ଗୃହକୁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି । ଆଜି ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ମାହାଙ୍ଗା ଡବଲ ମର୍ଡର ପ୍ରସଙ୍ଗକୁ ନେଇ ବିଜେପି ବିଧାୟକମାନେ ହଟ୍ଟଗୋଳ କରିଛନ୍ତି । ଗୃହର ମଧ୍ୟ ଭାଗରେ ପୋଷ୍ଟର ଧରି ପ୍ରତିବାଦ ଓ ନାରାବାଜି କରିଥିଲେ ବିଧାୟକ । ପରେ ବାଚସ୍ପତି ଗୃହ ଦିନ ୧୧ଟା ୩୦ ମିନିଟ ଯାଏଁ ମୁଲତବି ଘୋଷଣା କରିଛନ୍ତି ।
ମାହାଙ୍ଗା ପ୍ରସଙ୍ଗକୁ ନେଇ ବିଧାନସଭା ଅଚଳ : ଦିନ ସାଢେ ୧୧ଟା ଯାଏଁ ଗୃହ ମୁଲତବି
/kanak/media/post_attachments/wp-content/uploads/2021/03/2-36.jpg)