କନକ ବ୍ୟୁରୋ: ପୁଣି ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା । ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି । ଆଜି ବିଧାନସଭାର ଦ୍ୱିତୀୟ ଦିନରେ ଗୃହରେ ହୋ ହଲ୍ଲା ସହ ନାରାବାଜି କରିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକ । ଗୃହର ମଧ୍ୟଭାଗରେ ବିଧାୟକମାନେ ନାରାବାଜି କରିବା ସହ ମଦ ମୃତ୍ୟୁ ଘଟଣାରେ ଆରଡିସି ତଦନ୍ତ ଦାବି କରିଥିଲେ । ସେହିପରି କଂଗ୍ରେସ ଜନଜାତି ସୁରକ୍ଷା ଓ ଆଦିବାସୀ ସଂରକ୍ଷଣ ପ୍ରସଙ୍ଗ ଉଠାଇ ହୋ ହଲ୍ଲା କରିଥିଲା । ଯାହା ପରେ ବାଚସ୍ପତି ଗୃହକୁ ଦିନ ସାଢେ ୧୧ଟା ଯାଏଁ ମୁଲତବୀ ଘୋଷଣା କରିଥିଲେ ।

Advertisment