ଆସନ୍ତା ୧୫ରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା । ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ବନ୍ଦ ଡାକରା ।

217

କନକ ବ୍ୟୁରୋ : ଆସନ୍ତା ଫେବ୍ରୁଆରୀ ୧୫ରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା । ୧୫ ତାରିଖ ଦିନ ସକାଳ ୭ରୁ ଦିନ ୧ଟା ପର୍ଯ୍ୟନ୍ତ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା । ପେଟ୍ରୋଲ ଓ ଡିଜେଲ ଦରରେ ଅହେତୁକ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ଓଡ଼ିଶାର ସ୍ୱାର୍ଥ ପାଇଁ ରାଜ୍ୟବାସୀ ଏହି ବନ୍ଦକୁ ସହଯୋଗ କରନ୍ତୁ ବୋଲି କହିଛନ୍ତି ନିରଞ୍ଜନ ।

କରୋନା ପରଠାରୁ ଲଗାତାର ଭାବେ ପେଟ୍ରୋଲ ଓ ଡିଜେଲ ଦର ବଢି ଚାଲିଛି । ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୮୭ ଟଙ୍କା ଟପିଥିବା ବେଳେ ମାଲକାନଗିରିରେ ଏହା ୯୦ ଟପିଲାଣି । ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିର ପ୍ରଭାବ ସିଧାସଳଖ ସାଧାରଣ ଲୋକଙ୍କ ପକେଟ ଉପରେ ପଡୁଛି । ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ଫଳରେ ବିଭିନ୍ନ ସାମଗ୍ରୀର ଦର ମଧ୍ୟ ବୃଦ୍ଧି ପାଉଛି । ଯାହା ଉଭୟ ମଧ୍ୟବିତ୍ତ ଓ ଗରିବ ଲୋକଙ୍କ ପାଇଁ ଅସହ୍ୟ ହୋଇ ପଡିଛି । ଏଭଳି ସ୍ଥଳେ କଂଗ୍ରେସ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିକୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି । ଆସନ୍ତା ୧୫ରେ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇ ଦର ବୃଦ୍ଧିକୁ ନେଇ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ଏପରିକି ରାଜ୍ୟର ସ୍ୱାର୍ଥ ଓ ଜନସଚେତନତା ଦୃଷ୍ଟିରୁ ଏହି ବନ୍ଦରେ ସାମିଲ ହେବାକୁ ଓଡ଼ିଶାବାସୀଙ୍କୁ ଆହ୍ୱାନ ଦେଇଛନ୍ତି ନିରଞ୍ଜନ ।