କନକ ବ୍ୟୁରୋ : ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ବିଶ୍ବେଶ୍ଵର ଟୁଡୁ । ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ । କେନ୍ଦ୍ରମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ । ସେ ଭୁବନେଶ୍ୱରରେ ପହଂଚିବା ପରେ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରିବାକୁ ଯିବେ । ଏହା ପରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ।
ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ଭୁବନେଶ୍ୱରରେ ଆୟୋଜିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେବେ କେନ୍ଦ୍ରମନ୍ତ୍ରୀ । ଏହା ପରେ ଆସନ୍ତାକାଲି ସେ ବାରିପଦା ଯିବେ । ୧୧ ତାରିଖ ପର୍ଯ୍ୟନ୍ତ ମୟୂରଭଂଜ ସଂସଦୀୟ କ୍ଷେତ୍ରରେ ବିଭିନ୍ନ ସ୍ଥାନ ଗସ୍ତ କରି ଦଳୀୟ ଓ ସରକାରୀ କାର୍ଯ୍ୟକ୍ରମରେ ଯେଗଦେବେ । ଅସୁସ୍ଥତା କାରଣରୁ ସେ ବିଜେପିର ଜନ ଆର୍ଶୀବାଦ ଯାତ୍ରାରେ ସାମିଲ ହେବା ପାଇଁ ଓଡ଼ିଶା ଆସିପାରିନଥିଲେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/09/3-7.jpg)