ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବିଶ୍ବେଶ୍ଵର ଟୁଡୁ

୬ ଦିନିଆ ଗସ୍ତରେ ଆସି ବୁଲିବେ ମୟୁରଭଂଜ ସଂସଦୀୟ କ୍ଷେତ୍ର; ଅସୁସ୍ଥତା କାରଣରୁ ବିଜେପିର ଜନ ଆଶିର୍ବାଦ ଯାତ୍ରାରେ ହୋଇପାରିନଥିଲେ ସାମିଲ

109

କନକ ବ୍ୟୁରୋ : ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ବିଶ୍ବେଶ୍ଵର ଟୁଡୁ । ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ  । କେନ୍ଦ୍ରମନ୍ତ୍ରୀ ହେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ  । ସେ ଭୁବନେଶ୍ୱରରେ ପହଂଚିବା ପରେ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରିବାକୁ ଯିବେ  । ଏହା ପରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ  ।

ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି  । ଭୁବନେଶ୍ୱରରେ ଆୟୋଜିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେବେ କେନ୍ଦ୍ରମନ୍ତ୍ରୀ  । ଏହା ପରେ ଆସନ୍ତାକାଲି ସେ ବାରିପଦା ଯିବେ  । ୧୧ ତାରିଖ ପର୍ଯ୍ୟନ୍ତ ମୟୂରଭଂଜ ସଂସଦୀୟ କ୍ଷେତ୍ରରେ ବିଭିନ୍ନ ସ୍ଥାନ ଗସ୍ତ କରି ଦଳୀୟ ଓ ସରକାରୀ କାର୍ଯ୍ୟକ୍ରମରେ ଯେଗଦେବେ  । ଅସୁସ୍ଥତା କାରଣରୁ ସେ ବିଜେପିର ଜନ ଆର୍ଶୀବାଦ ଯାତ୍ରାରେ ସାମିଲ ହେବା ପାଇଁ ଓଡ଼ିଶା ଆସିପାରିନଥିଲେ  ।