ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା : ସମ୍ମେଟିଭ୍-୨ ପରୀକ୍ଷା ଦେଉଛନ୍ତି ପ୍ରାୟ ୫ଲକ୍ଷ ୮୫ହଜାର ଛାତ୍ରଛାତ୍ରୀ

235

କନକ ବ୍ୟୁରୋ : ଆଜିଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା । ସମ୍ମେଟିଭ-୨ ପରୀକ୍ଷା ଦେଉଛନ୍ତି ପ୍ରାୟ ୫ଲକ୍ଷ ୮୫ହଜାର ଛାତ୍ରଛାତ୍ରୀ । ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହୋଇ ଦିନ ୧୦ଟାରେ ଶେଷ ହେବ । ଏଥିପାଇଁ ପରୀକ୍ଷାର ଅଧଘଂଟା ପୂର୍ବରୁ ଛାତ୍ରଛାତ୍ରୀମାନେ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିଛନ୍ତି । ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ କାରଣରୁ ସମସ୍ତ ପରୀକ୍ଷାଗୁଡିକୁ ଗୋଟିଏ ସିଟିଂରେ ସୀମିତ ରଖାଯାଇଛି । କପି ରୋକିବା ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ଦୁଇ ବର୍ଷ ପରେ ଛାତ୍ରଛାତ୍ରୀମାନେ ଅଫଲାଇନରେ ପରୀକ୍ଷା ଦେଉଛନ୍ତି । ଚଳିତଥର ଛାତ୍ରଛାତ୍ରୀମାନେ ନିଜ ବିଦ୍ୟାଳୟ ବା ନିକଟତମ ବିଦ୍ୟାଳୟରେ ପରୀକ୍ଷା ଦେବାର ବ୍ୟବସ୍ଥା ହୋଇଛି । କପି ରୋକିବା ଚାରିସ୍ତରୀୟ ସ୍କ୍ୱାଡ୍ ବ୍ୟବସ୍ଥା ରହିଛି । ବୋର୍ଡ, ଜିଲ୍ଲା ଶିକ୍ଷାଧିକାରୀ, ଗଣଶିକ୍ଷା ବିଭାଗ ଏବଂ ଜିଲ୍ଲାପାଳଙ୍କ ନେତୃତ୍ୱରେ ସ୍କ୍ୱାଡ୍ ଗଠନ କରାଯାଇଛି । ଏପ୍ରିଲ ୨୯ରୁ ମେ ୬ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ହେବ ।