ରାଜ୍ୟ ସରକାରଙ୍କ ଐତିହାସିକ ନିଷ୍ପତ୍ତି : ଶ୍ରୀଜଗନ୍ନାଥ ମନ୍ଦିର ଅଧିନିୟମ ୧୯୫୪ର ସଂଶୋଧନ ପାଇଁ କ୍ୟାବିନେଟରେ ମଞ୍ଜୁରୀ

ସ୍ଥାବର ସମ୍ପତିକୁ ବିକ୍ରି, ଲିଜ କିମ୍ବା ମଡ଼ଗେଜ ଆକାରରେ ହସ୍ତାନ୍ତର ପାଇଁ ଏଣିକି ଦରକାର ପଡ଼ିବନି ସରକାରଙ୍କ ଅନୁମୋଦନ

204

କନକ ବ୍ୟୁରୋ : ରାଜ୍ୟ ସରକାରଙ୍କ ଐତିହାସିକ ନିଷ୍ପତି ଶ୍ରୀଜଗନ୍ନାଥ ମନ୍ଦିର ଅଧିନିୟମ-୧୯୫୪ରେ ସଂଶୋଧନ କରିବାକୁ ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି ନେଇଛି । ଏହାଦ୍ୱାରା ଜଗନ୍ନାଥ ମନ୍ଦିରର ସ୍ଥାବର ସମ୍ପତିକୁ ବିକ୍ରି, ଲିଜ ଓ ମଡଗେଜ ଆକାରରେ ହସ୍ତାନ୍ତର କରିବା ପାଇଁ ଏଣିକି ସରକାରଙ୍କ ଅନୁମୋଦନ ଆବଶ୍ୟକ ପଡିବ ନାହିଁ । ପୂର୍ବରୁ ଏଥିପାଇଁ ରାଜ୍ୟ ସରକାରଙ୍କ ଅନୁମୋଦନ ଆବଶ୍ୟକ ପଡୁଥିଲା ।

ଏବେ ଶ୍ରୀମନ୍ଦିର ପ୍ରଶାସକ, ପରିଚାଳନା କମିଟି, ଜିଲ୍ଲାପାଳଙ୍କ ନିକଟରେ ଆବେଦନ କରିପାରିବେ । ଶ୍ରୀଜଗନ୍ନାଥ ମନ୍ଦିର ତଥା ମନ୍ଦିର ପରିଚାଳନା କମିଟି ଅଧୀନରେ ଅନେକ ସ୍ଥାବର ଓ ଜମିବାଡିର ମାଲିକାନା ସତ୍ୱ ରହିଛି । ଏଥିରେ ପରିବର୍ତନ ସହ ସଂପୃକ୍ତ ମାମାଲଗୁଡିକର ତୁରନ୍ତ ଫଇସଲା ଓ କଟକଣାକୁ ପ୍ରତିହତ କରିବ ଲାଗି ବିଭିନ୍ନ ଅଧିକାରୀଙ୍କୁ କ୍ଷମତା ସଂପନ୍ନ କରିବାକୁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।