ଜଙ୍ଗଲ ନିଆଁକୁ ଆୟତ୍ତ ପାଇଁ ଟାସ୍କ ଫୋର୍ସ । ୯ ଜଣିଆ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ, କମିଟିର ମୁଖ୍ୟ ଭାବେ ଆଜିଠୁ ଆଗାମୀ ୧୫ ଦିନ ପର୍ଯ୍ୟନ୍ତ ପ୍ରେସମିଟ୍ କରିବେ ପୂର୍ବତନ ପିସିସିଏଫ୍ ସନ୍ଦୀପ ତ୍ରିପାଠୀ ।

140
କନକ ବ୍ୟୁରୋ: ଜଙ୍ଗଲ ନିଆଁ ଆୟତ୍ତ ପାଇଁ ୯ ଜଣିଆ ଟାକ୍ସ ଫୋର୍ସ କମିଟି ଗଠନ କଲେ ରାଜ୍ୟ ସରକାର  । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶାନୁକ୍ରମେ ଗଠନ ହେଲା ଏହି କମିଟି । ତେବେ କମିଟିର ନାଁ- ‘ଫରେଷ୍ଟ ଫାୟାର ମ୍ୟାନେଜମେଣ୍ଟ’ ଏବଂ କମିଟିର ଅଧ୍ୟକ୍ଷ ହେଲେ ପୂର୍ବତନ ପିସିସିଏଫ୍ ସନ୍ଦୀପ ତ୍ରିପାଠୀ । ଅତ୍ୟାଧୁନିକ ଉପାୟରେ ନିଆଁ ଲିଭାଯିବା ଏବଂ ଅଗ୍ନିକାଣ୍ଡର କାରଣ ଖୋଜିବ ଏହି ଟାସ୍କ ଫୋର୍ସ କମିଟି । ଜୈବ୍ୟ ବିବିଧତା ଓ ବନ୍ୟ ପ୍ରାଣୀଙ୍କ କ୍ଷତି ନେଇ ଅନୁଧ୍ୟାନ କରି କାର୍ଯ୍ୟାନୁଷ୍ଠାନ ନେବ ଏହି କମିଟି ।

ସବୁଠାରୁ ବଡ଼ କଥା ହେଲା କି, ଆଜିଠାରୁ ଆସନ୍ତା ୧୫ ଦିନ ଯାଏଁ ଏହି  ‘ଫରେଷ୍ଟ ଫାୟାର ମ୍ୟାନେଜମେଣ୍ଟ’ ମୁଖ ସନ୍ଦୀପ ତ୍ରିପାଠୀ ଶିମିଳିପାଳ ନିଆଁ, ତାହାର ଜୈବ୍ୟବିବିଧତାକୁ ନେଇ ସାମ୍ବାଦିକ ସମ୍ମିଳନୀ କରିବେ । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି ।

ତେବେ ଫେବ୍ରୁଆରୀ  ୧୫ରୁ ଜୁନ୍ ୧୫ ତାରିଖ ଯାଏଁ ଅଗ୍ନିଋତୁଭାବେ ବିବେଚନା କରାଯାଏ । ଏହି ସମୟରେ ଜଙ୍ଗଲ ନିଆଁକୁ ଲିଭାଇବା ପାଇଁ ବ୍ୟାପକ ବ୍ୟବସ୍ଥା କରିବ ଏହି କମିଟି ।