ଆଜି ଆସିବ ଯୁକ୍ତ ଦୁଇ ପରୀକ୍ଷାଫଳ : ଦିନ ୧୧ଟାରେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ

239

କନକ ବ୍ୟୁରୋ : ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ । ଦିନ ୧୧ଟାରେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ପରବର୍ତ୍ତୀ ସମୟରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ । ଏହାପରେ ପରୀକ୍ଷାର୍ଥୀମାନେ www.orissaresults.nic.in ୱେବସାଇଟ୍‌ରେ ସେମାନଙ୍କ ଫଳ ଜାଣିପାରିବେ । ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ପରୀକ୍ଷା ଫଳ ତଥ୍ୟ ଉପଲବ୍ଧ ହେବ । କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଜୁନ୍‌ ୮ ସୁଦ୍ଧା ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଥିବା ପରିଷଦ ଅଧ୍ୟକ୍ଷ ଅଶ୍ବିନୀ କୁମାର ମିଶ୍ର ସୂଚନା ଦେଇଛନ୍ତି ।

ଏ ନେଇ ଭଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ସିଏଚଏସଇ, ପକ୍ଷରୁ ସୂଚନା ଦିଆଯାଇଛି । ମାର୍ଚ୍ଚ ୧ ତାରିଖରୁ ଯୁକ୍ତ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଏପ୍ରିଲ୍ ୫ ତାରିଖରେ ଶେଷ ହୋଇଥିଲା । ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢ଼େ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରେ କଳାରେ ୨ଲକ୍ଷ ୧୯ ହଜାର ଛାତ୍ରଛାତ୍ରୀ ରହିଥିବା ବେଳେ ବିଜ୍ଞାନରେ ୯୧ ହଜାର ୩୭୯ ଏବଂ ବାଣିଜ୍ୟରେ ୨୩ ହଜାର ୧୪୮ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ଏପ୍ରିଲ୍ ୧୦ ତାରିଖରେ ଖାତା ଦେଖା ଆରମ୍ଭ ହୋଇଥିଲା । ଆଜି ଫଳାଫଳ ପ୍ରକାଶ ପାଇବ । ଏପଟେ ଯୁକ୍ତଦୁଇ ପ୍ରଥମ ବର୍ଷର ନାମଲେଖା ପ୍ରକ୍ରିୟା ଚାଲିଛି । ସିଏଚଏସଇ ଅଧିନ ବିଦ୍ୟାଳୟର କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ଆରମ୍ଭ ହୋଇଛି ।