ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ ପ୍ରଚାର । ଆସ୍କା ନିର୍ବାଚନମଣ୍ଡଳୀରେ ବିଜେଡି ସୁପ୍ରିମୋଙ୍କ ରୋଡ ସୋ’

Advertisment
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ ପ୍ରଚାର । ଆସ୍କା ନିର୍ବାଚନମଣ୍ଡଳୀରେ ବିଜେଡି ସୁପ୍ରିମୋଙ୍କ ରୋଡ ସୋ’

କନକ ବ୍ୟୁରୋ: ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଜମିଲାଣି ପ୍ରଚାର । ଆସନ୍ତା ୧୮ରେ ହେବାକୁ ଥିବା ଦ୍ୱିତୀୟ ପଯ୍ୟାୟ ନିର୍ବାଚନରେ ରାଜ୍ୟର ୫ଟି ଲୋକସଭା ୩୫ଟି ବିଧାନସଭା ଆସନ ପାଇଁ ହେବ ଭୋଟ୍ ଗ୍ରହଣ । ଏହି ପର୍ଯ୍ୟାୟରେ ହେବାକୁ ଥିବା ବରଗଡ, ବଲାଙ୍ଗୀର, ସୁନ୍ଦରଗଡ, ଆସ୍କା, ଓ କନ୍ଧମାଳ ସଂସଦୀୟ କ୍ଷେତ୍ରରେ ହେବ ନିର୍ବାଚନ ।

publive-image image courtesy - www.businesstoday.in

ଏହି କ୍ରମରେ ଆଜି ଆସ୍କା ନିର୍ବାଚନ ମଣ୍ଡଳୀରେ ମାରାଥନ ନିର୍ବାଚନୀ ପ୍ରଚାର କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ପଂଚମଥର କ୍ଷମତାକୁ ଆସିବା ପାଇଁ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ସବୁ ବଳ ଲଗାଇ ଦେଇଛନ୍ତି। ବିରୋଧୀଙ୍କ ସବୁ ରଣନୀତିକୁ କାଉଁଟର କରିବା ପାଇଁ ନିଜେ ମଂଗ ଧରିଛନ୍ତି ମୁଖ୍ୟମନ୍ତ୍ରୀ। ସେଥିପାଇଁ ବସରେ ବୁଲି ବୁଲି ପ୍ରଚାର କରୁଛନ୍ତି ବିଜେଡି ମୁଖିଆ।

publive-image

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ରୋଡସୋ । ଆସ୍କା ଲୋକସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ରୋଡସୋ କରିଛନ୍ତି ନବୀନ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିଛନ୍ତି । ଏବଂ ଲୋକଙ୍କ ଆର୍ଶାୀବାଦ କାମନା କରିଛନ୍ତି । ୧୮ରେ ହେବାକୁ ଥିବା ଦ୍ୱିତୀୟ ପଯ୍ୟାୟ ନିର୍ବାଚନରେ ରାଜ୍ୟର ଆସ୍କା ଲୋକସଭା ନିର୍ବାଚନ ମଣ୍ଡଳୀ ସମେତ ଏହା ଅଧିନରେ ଥିବା ୭ଟି ଯାକ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଭୋଟ୍ ଗ୍ରହଣ ହେବ । ଏହା ଅଧିନରେ ମୁଖ୍ୟମନ୍ତ୍ରୀ ନିର୍ବାଚନ ଲଢ଼ୁଥିବା ହିଞ୍ଜିଳି ବିଧାନସଭା କ୍ଷେତ୍ର ରହିଛି । ତେଣୁ ଏହି ନିର୍ବାଚନ ମଣ୍ଡଳୀ ରାଜ୍ୟ ରାଜନୀତିରେ ବେଶ୍ ଗୁରୁତ୍ୱପୂର୍ଣ୍ଣ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe