ବାତ୍ୟା ୟାସ୍ ବାଲେଶ୍ୱର ନିକଟରେ ସ୍ଥଳଭାଗ ଛୁଇଁବା ନେଇ ଆକଳନ ପରେ ଜିଲ୍ଲାକୁ ଗଲେ ଶକ୍ତିମନ୍ତ୍ରୀ : କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ପଠାଇଲେ ମୁଖ୍ୟମନ୍ତ୍ରୀ

ସେହିଠାରେ ରହି ବାତ୍ୟା ସ୍ଥିତିର କରିବେ ଅନୁଧ୍ୟାନ

388

କନକ ବ୍ୟୁରୋ : ବାତ୍ୟା ୟାସ୍ ବାଲେଶ୍ୱର ନିକଟରେ ସ୍ଥଳଭାଗ ଛୁଇଁବା ନେଇ ଆକଳନ ପରେ ଜିଲ୍ଲାକୁ ଗଲେ ଶକ୍ତିମନ୍ତ୍ରୀ । କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିଠାରେ ରହି ବାତ୍ୟା ସ୍ଥିତିର କରିବେ ଅନୁଧ୍ୟାନ କରିବେ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ।

ସେପଟେ, ଅତିଭୀଷଣ ବାତ୍ୟା ଆକାରରେ ୟାସ୍ କେଉଁଠି ସ୍ଥଳଭାଗ ଛୁଇଁବ ତାର ଆକଳନକୁ ପରିବର୍ତନ କଲା ଭାରତୀୟ ପାଣିପାଗ ବିଭାଗ । ଆଇଏମଡି ଜାରି କରିଥିବା ତାଜା ବୁଲେଟିନ୍ରେ ବାତ୍ୟା ଚାନ୍ଦବାଲିରୁ ଧାମରା ବନ୍ଦର ମଧ୍ୟରେ ଲ୍ୟାଣ୍ଡଫଲ କରିପାରେ ବୋଲି କୁହଯାଇଛି । ଧାମରାର ଦକ୍ଷିଣ ଏବଂ ଚାନ୍ଦବାଲିର ଉତର ପଟକୁ ଏହା ସ୍ଥଳଭାଗ ଛୁଇଁପାରେ । ଆସନ୍ତାକାଲି ସକାଳ ସୁଧା ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯିବ । ଏବଂ ମଧ୍ୟାହ୍ନ ସୁଧା ଅତିଭୀଷଣ ବାତ୍ୟା ଆକାରରେ ୟାସ୍ ସ୍ଥଳଭାଗକୁ ଅତିକ୍ରମ କରିବ । ଲ୍ୟାଣ୍ଡଫଲ ସମୟରେ ଏହା ଧାମରା ଓ ଚାନ୍ଦବାଲିରେ ବ୍ୟାପକ କ୍ଷୟକ୍ଷତି ଘଟାଇବ ।