ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ପ୍ରଭାବିତ ଅଂଚଳ ପରିଦର୍ଶନ : ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ବାତ୍ୟା ପ୍ରଭାବିତ ଅଂଚଳର ସ୍ଥିତି ଅନୁଧ୍ୟାନ

329

କନକ ବ୍ୟୁରୋ : ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ପ୍ରଭାବିତ ଅଂଚଳ ପରିଦର୍ଶନ । ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ବାତ୍ୟା ପ୍ରଭାବିତ ଅଂଚଳରେ ପ୍ରାୟ ୧ ଘଂଟା ଧରି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଏହା ପୂର୍ବରୁ ଗତକାଲି ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ । ବାତ୍ୟା ପ୍ରଭାବିତ ୧୨୮ଟି ଗାଁର ସମସ୍ତ ପରିବାରକୁ ୭ ଦିନ ରିଲିଫ୍ ଦିଆଯିବ ବୋଲି ଘୋଷଣା କରିଥିଲେ ।

ସେହିପରି ବାତ୍ୟାରେ କ୍ଷତିଗସ୍ତ ହୋଇଥିବା ପ୍ରମୁଖ ରାସ୍ତାଗୁଡିକୁ ୨୪ ଘଂଟା ମଧ୍ୟରେ ମରାମତି କରାଯିବ । ଏବଂ ପ୍ରଭାବିତ ଜିଲ୍ଲାରେ ୮୦ ପ୍ରତିଶତ ବିଦ୍ୟୁତ ଯୋଗାଣକୁ ସ୍ୱାଭାବିକ କରିଯିବ । ଖୁବ କମ ସମୟ ମଧ୍ୟରେ ତଳିଆ ଅଂଚଳରୁ ୫ ଲକ୍ଷରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବାରୁ ପଂଚାୟତ ପ୍ରତିନିଧି, ଜିଲ୍ଲା ପ୍ରଶାସନ ଓ ପୁଲିସକୁ ସେମାନଙ୍କ କାର୍ଯ୍ୟ ପାଇଁ ପ୍ରଶଂସା କରିଥିଲେ ମୁଖ୍ୟମନ୍ତ୍ରୀ । ସେହିପରି ବାତ୍ୟା ସମୟରେ ସ୍ୱାସ୍ଥ୍ୟ ସେବା ଯୋଗାଇଥିବାରୁ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ନବୀନ ଧନ୍ୟବାଦ ଜଣାଇଥିଲେ ।