ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ଆଜି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ : ଉପକୂଳ ଜିଲ୍ଲାର ପ୍ରସ୍ତୁତି ସମ୍ପର୍କରେ ଅପରାହ୍ନରେ ବସିବ ବୈଠକ

368

କନକ ବ୍ୟୁରୋ : ସମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ଆଜି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ । ଅପରାହ୍ମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ସମୀକ୍ଷା ବୈଠକ ବସିବ । ଏଥିରେ ମୁଖ୍ୟ ଶାସନ ସଚିବଙ୍କ ସମେତ ସ୍ୱତନ୍ତ୍ର ରିଲିଫ କମିଶନର ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବେ । ଏହା ପୂର୍ବରୁ ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକ ଅନୁଧ୍ୟାନ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମାଇକ ଯୋଗେ ଲୋକଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ସଚେତନ କରାଯାଉଛି ।

ମତ୍ସ୍ୟଜୀବୀଙ୍କୁ ବି ଏ ବାବଦରେ ସତର୍କ କରାଯାଉଛି । ବିଭିନ୍ନ ବିଭାଗ ଆଗୁଆ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି । ଆବଶ୍ୟକତା ଅନୁସାରେ ଓଡ୍ରାଫ, ଏନଡିଆରଏଫକୁ ମୁତୟନ କରିବାକୁ ବ୍ୟବସ୍ଥା କରାଯାଉଛି । ଏପଟେ ବାତ୍ୟାକୁ ନେଇ କୌଣସି ପ୍ରକାର ଗୁଜବରେ ବିଶ୍ୱାସ ନକରିବାକୁ ଟ୍ୱିଟ କରି ସତର୍କ କରାଇ ଦେଇଛି ସୂଚନା ଓ ଲୋକସଂପର୍କ ବିଭାଗ । ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ସଜାଗ ଅଛନ୍ତି । ଭାରତୀୟ ପାଣିପାଗ ବିଭାଗ ଏନେଇ ସମୟୋଚିତ ସୂଚନା ଦେଉଛି । ତେଣ ଭୟଭୀତ ହୋଇ ଅତ୍ୟାବଶ୍ୟକ ସାମଗ୍ରୀ ଗଚ୍ଛିତ ନକରିବାକୁ ପରାମର୍ଶ ଦିଆଯାଇଛି ।

Comments are closed.