କନକ ବ୍ୟୁରୋ: ଓଡିଶାରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ତାରିଖକୁ ନେଇ ନୂଆ ସୂଚନା ଆସିଛି । ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ବିଧାୟକଙ୍କ ଶପଥ ଗ୍ରହଣ ପାଇଁ ଜୁନ୍ ୧୦ ତାରିଖ ଧାର୍ଯ୍ୟ ହୋଇଥିବାବେଳେ ଏବେ ଏଥିରେ ପରିତବର୍ତ୍ତନ ହୋଇଥିବା ସୂଚନା ମିଳୁଛି । ୧୦ ନୁହେଁ ବରଂ ୧୨ରେ ହେବ ଶପଥ ଗ୍ରହଣ ହେବ ବୋଲି ଶୁଣିବାକୁ ମିଳୁଛି ।
ରାଜ୍ୟ କାର୍ଯ୍ୟାଳୟରେ ଶପଥ ଗ୍ରହଣ ଉତ୍ସବର ପ୍ରସ୍ତୁତି ବୈଠକ ଚାଲିଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ କିଛି ନିର୍ଦ୍ଦିଷ୍ଟ ସୂଚନା ଏଯାଏଁ ମିଳିପାରିନାହିଁ , ଯାହା ରାଜ୍ୟବାସୀଙ୍କ ପାଇଁ ସବୁଠୁ ବଡ ସସପେନ୍ସ । ବରିଷ୍ଠ ବିଜେପି ନେତା ପ୍ରତାପ ଷଡଙ୍ଗୀଙ୍କ ସମେତ, ଅପରାଜିତା ଷଡଙ୍ଗୀ, ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବଙ୍କ ନାଁକୁ ନେଇ ସମ୍ଭାବ୍ୟ ମୁଖ୍ୟମନ୍ତ୍ରୀ ଚର୍ଚ୍ଚା ହେଉଥିବାବେଳେ ଏଥିରେ ଭଟ୍ଟା ପଡିଛି । କାରଣ ଆଜି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜୁଏଲ ଓରାମ ଓ ଅଶ୍ୱିନୀ ବୈଷ୍ଣବଙ୍କୁ ଫୋନ୍ କଲ ଆସିବା ପରେ ଏବଂ ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଉପସ୍ଥିତ ହୋଇଥିବା ନେଇ ଜଣାପଡିବା ପରେ ଏ ସସପେନ୍ସ ଆହୁରି ଗଭୀର ହୋଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/06/25-7.jpg)