ଦେବଗଡ ଗସ୍ତରେ ୫ଟି ସଚିବ : ଜିଲ୍ଳା ମୁଖ୍ୟ ଡାକ୍ତରଖାନାକୁ  ଯାଇ ସ୍ୱାସ୍ଥ୍ୟସେବାର ଅନୁଧ୍ୟାନ କରିବା ସହ ରୋଗୀଙ୍କ ସହ ଆଲୋଚନା କଲେ

339

କନକ ବ୍ୟୁରୋ : ଦେବଗଡ଼ରେ ୫ଟି ସଚିବ ଭି.କେ ପାଣ୍ଡିଆନ୍ । ଦେବଗଡ଼ ଜିଲ୍ଳା ମୁଖ୍ୟ ଚକିତ୍ସାଳୟ ବୁଲି ଦେଖିଲେ ପାଣ୍ଡିଆନ୍ । ଡାକ୍ତରଖାନାରେ ବିଭିନ୍ନ ୱାର୍ଡର ପରିଦର୍ଶନ କରିଛନ୍ତି ପାଣ୍ଡିଆନ୍ । ୱାର୍ଡ଼କୁ ୱାର୍ଡ଼ ବୁଲି ସ୍ୱାସ୍ଥ୍ୟସେବା ସମ୍ପର୍କରେ ପଚାରି ବୁଝିଛନ୍ତି ।  ଏହାସହ ଡାକ୍ତରଖାନାରେ କିଭଳି ସେବା ମିଳୁଛି ସେନେଇ ରୋଗୀଙ୍କ ସହ ଆଲୋଚନା କରିଛନ୍ତି ‘ଫାଇଭ୍ ଟି’ ସଚିବ । ଡାକ୍ତରଖାନାର ଡାକ୍ତର ଅଭାବ ଓ ଭିତିଭୂମି ସଂପର୍କରେ ମେଡିକାଲ କର୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି । ଏହା ପରେ ଅନୁଗୁଳ ଗସ୍ତ କରିଛନ୍ତି ପାଣ୍ଡିଆନ ।

ଗାନ୍ଧୀ ଜୟନ୍ତୀରୁ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ ହେବାରେ ସରକାରୀ ସ୍ତରରେ ତତ୍ପରତା ଦେଖାଦେଇଛି । ବେଶ୍ କିଛି ଦିନ ହେବ ଜିଲ୍ଲାରୁ ଜିଲ୍ଲା ବୁଲୁଛନ୍ତି ‘ଫାଇଭ୍ ଟି’ ସଚିବ ପାଣ୍ଡିଆନ୍ । ଜିଲ୍ଳାରୁ ଜିଲ୍ଳା ହସ୍ପିଟାଲ, ଥାନା ବୁଲି ସ୍ଥିତି ସମୀକ୍ଷା କରୁଛନ୍ତି ପାଣ୍ଡିଆନ ।  ବିଭିନ୍ନ ଜିଲ୍ଳା ମୁଖ୍ୟଚିକିତ୍ସାଳୟକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ରୋଗୀ ଓ ରୋଗୀଙ୍କ ସଂପର୍କୀୟ ସହ ଆଲୋଚନା ସିଧାସଳଖ ଆଲୋଚନା କରୁଛନ୍ତି  । ମେଡିକାଲରେ ରୋଗୀ ସେବା ସମେତ ଔଷଧ ଯୋଗାଣ ନେଇ ମଧ୍ୟ ଆଲୋଚନା କରୁଛନ୍ତି ଫାଇଭ୍ ଟି ସଚିବ ।