କନକ ବ୍ୟୁରୋ : ରାଜ୍ୟରେ ଥିବା ୧୬୦୦ରୁ ଅଧିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ(ଯୁକ୍ତ୨ କଲେଜ) ସମେତ ସେଲ୍ଫ ଫାଇନାନ୍ସିଂ କଲେଜ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ଶିକ୍ଷା କଲେଜରେ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ ହୋଇଥିବାରୁ ନାମଲେଖା ପ୍ରକ୍ରିୟାରେ ବି ସାମାନ୍ୟ ବିଳମ୍ବ ପରିଲକ୍ଷିତ ହୋଇଛି। ଗତବର୍ଷ ଜୁନ୍ ପହିଲାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ ଏଥର କିନ୍ତୁ ଜୁନ୍ ୬ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରଛାତ୍ରୀ କେବଳ ଅନଲାଇନରେ ଆବେଦନ କରିପାରିବେ। ଅଫଲାଇନରେ କୌଣସି ଫର୍ମ ଗ୍ରହଣ କରାଯିବ ନାହିଁ। ଫର୍ମ ପୂରଣ କରିବା ପୂର୍ବରୁ ଛାତ୍ରଛାତ୍ରୀମାନେ କମନ୍ ଆପ୍ଲିକେସନ ଫର୍ମ(ସିଏଏଫ୍)କୁ ଭଲ ଭାବେ ପଢ଼ିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି।
ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଜୁନ୍ ୬ ପୂର୍ବାହ୍ନ ୧୧ଟାରୁ ‘www.samodisha.gov.in’ ୱେବସାଇଟରେ ସିଏଏଫ୍ ଉପଲବ୍ଧ ହେବ। ଜୁନ୨୦ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ୨୧ ତାରିଖ ଅପରାହ୍ନ ୫ଟା ସୁଦ୍ଧା ସିଏଏଫର ପ୍ରିଣ୍ଟ କପି ସହ ସମସ୍ତ ଡକ୍ୟୁମେଣ୍ଟ ସାମ୍ସ ରିସୋର୍ସ ସେଣ୍ଟର(ଏସଆରସି)ରେ ଦାଖଲ କରିପାରିବେ। ଜୁନ ୨୬ରେ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ତଥା କଟ୍ ଅଫ୍ ମାର୍କ ପ୍ରକାଶ ପାଇବ। ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ ଜୁନ୍ ୨୮ରୁ ଜୁଲାଇ ୨ ତାରିଖ ମଧ୍ୟରେ ନାମ ଲେଖାଇପାରିବେ। ଜୁନ୍ ୨୮ରେ ପ୍ରଥମ ପର୍ଯ୍ୟାୟରେ ନାମଲେଖାଇଥିବା ଛାତ୍ରଛାତ୍ରୀଙ୍କ ତଥ୍ୟ ଅନଲାଇନରେ ପ୍ରକାଶ କରାଯିବ।
ଜୁଲାଇ ୮ରେ ଦ୍ବିତୀୟ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ତଥା କଟ୍ ଅଫ୍ ମାର୍କ ତାଲିକା ପ୍ରକାଶ ପାଇବ। ଏଥିପାଇଁ ଜୁଲାଇ ୯ରୁ ୧୧ ମଧ୍ୟରେ ନାମଲେଖା ହେବ। ୧୨ ତାରିଖ ସନ୍ଧ୍ୟା ୫ଟା ସୁଦ୍ଧା ନାମଲେଖା ସମ୍ପର୍କିତ ତଥ୍ୟ ଅନଲାଇନରେ ବାହାରିବ। ଜୁଲାଇ ୧୬ରେ ବଳକା ସିଟ୍ ତାଲିକା ପ୍ରକାଶ କରାଯିବ। ୧୮ ତାରିଖ ଅପରାହ୍ନ ୨ଟା ସୁଦ୍ଧା ସ୍ପଟ୍ ନାମଲେଖା ଲାଗି ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିପାରିବେ। ଜୁଲାଇ ୨୦ରୁ ୨୨ ତାରିଖ ମଧ୍ୟରେ ସ୍ପଟ୍ ନାମଲେଖା ଅନୁଷ୍ଠିତ ହେବ। ଜୁଲାଇ ୨୪ରୁ ଯୁକ୍ତ୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/06/Odisha-Plus-II-admission-750x331.jpg)
/kanak/media/post_attachments/wp-content/uploads/2019/06/odisha-college-students-300x240.jpg)