ରାଜ୍ୟରେ ସାମାନ୍ୟ ବଢ଼ିଲା ଆକ୍ରାନ୍ତଙ୍କ ସଂଖ୍ୟା : ଗୋଟିଏ ଦିନରେ ୪୫୭ ନୂଆ ପଜିଟିଭ

70

କନକ ବ୍ୟୁରୋ : ରାଜ୍ୟରେ ୨୪ ଘଂଟାରେ ୪୫୩ ନୂଆ ଆକ୍ରାନ୍ତ ଚିହ୍ନଟ । ଶୁନରୁ ୧୮ ବର୍ଷ ଭିତରେ ୫୩ଜଣ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୨୬୫ ଜଣ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୧୮୮ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ  ୨୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନୁଗୁଳରୁ ୧ ଜଣ, ବାଲେଶ୍ୱରରୁ ୧୭ ଜଣ, ଭଦ୍ରକରୁ ୪ ଜଣ, ବରଗଡ଼ରୁ ୧ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୫୯ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୧୩ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୧ ଜଣ, କୋରାପୁଟରୁ ୩ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୧୯ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ୱଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ତେବେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୮୧୯କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରେ ୧୦ ଲକ୍ଷ ୧୫ ହଜାର ୬୦୮ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ୯୩୫ ରହିଛି । ୨୪ ଘଂଟାରେ କରୋନାରେ ୩ ଜଣଙ୍କ ମୃତ୍ୟୁ ହୋଇଛି ।