ରାଜ୍ୟରେ ୫୬୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ : ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା

32

କନକ ବ୍ୟୁରୋ : ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୬୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୩ ଜଣ ଆକ୍ରାନ୍ତଙ୍କ ବୟସ ୧୮ ବର୍ଷରୁ କମ । କ୍ବାରେଣ୍ଟାଇନରୁ ୩୨୮ ଜଣ ଚିହ୍ନଟ ହୋଇଥିବାବେଳେ ୨୩୭ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ୫୬୫ ଜଣଙ୍କ ମଧ୍ୟରୁ ଅନୁଗୁଳରୁ ୮ ଜଣ, ବାଲେଶ୍ୱରରୁ ୨୮ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୬ ଜଣ, କଟକରୁ ୬୧ ଜଣ,  ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୫ ଜଣ, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୦ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୨ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୪ ଜଣ, ଖୋର୍ଦ୍ଧାରୁ ୨୫୬ ଜଣ, କୋରାପୁଟରୁ ୪, ମୟୁରଭଞ୍ଜରୁ ୨୬ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୩, ପୁରୀରୁ ୧୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୫୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦,୨୫,୮୭୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦,୨୨,୧୧୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫୫୧୩  ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।