କନକ ବ୍ୟୁରୋ : ରାଜ୍ୟରେ ୨୪ ଘଂଟା ଭିତରେ ୪୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ଶୁନରୁ ୧୮ ବର୍ଷ ଭିତରେ ୬୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୫୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Advertisment

ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ୱରରୁ ୮ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରୁ ୧ ଜଣ, କଟକରୁ ୩୬ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୧୪ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, ମୟୂରଭଞ୍ଜରୁ ୧୫ ଜଣ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ୯ ଜଣ, ପୁରୀରୁ ୮ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୭ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ ଓ ଷ୍ଟେଟ ପୁଲରୁ ୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୯ ହଜାର ୨୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୨୬ ହଜାର ୨୭୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୪ ହଜାର ୬୨୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ସେହିପରି କରୋନା କାରଣରୁ ରାଜ୍ୟରେ ୪ଜଣଙ୍କର ମୃତ୍ୟୁ ହୋଇଛି ।