ରାଜ୍ୟରେ ଆଉ ୧୦୨ ପିଲା କରୋନାରେ ସଂକ୍ରମିତ । ୨୪ ଘଣ୍ଟାରେ ୭୬୨ ପଜିଟିଭ୍ ଚିହ୍ନଟ

44

କନକ ବ୍ୟୁରୋ :  ୨୪ ଘଣ୍ଟାରେ ରାଜ୍ୟରେ ୭୬୨ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ଭିତରେ ୧୦୨ ପିଲାଙ୍କୁ କରୋନା । ଏମାନଙ୍କ ମଧ୍ୟରୁ ୪୪୩ ଜଣ ସଂଗରୋଧରୁ ଥିବା ବେଳେ ୩୧୯ ଜଣ ସ୍ଥାନୀୟ ସଂକ୍ରମିତ । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨୦ ଜଣ, ବାଲେଶ୍ୱରରୁ ୧୭ ଜଣ, ବରଗଡ଼ରୁ ୧୩ ଜଣ, ଭଦ୍ରକରୁ ୯ ଜଣ, ବାଲାଙ୍ଗୀର ୨ଜଣ, କଟକରୁ ୧୧୯ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୯ ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୧୯ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୨୧ ଜଣ, କେଉଁଝରରୁ ୭ଜଣ, କୋରାପୁଟରୁ ୬ ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୨୯ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୩ ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୧୬ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ୱଲପୁରରୁ ୭ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୨୬ ଜଣ ଓ ଷ୍ଟେଟ ପୁଲରୁ ୭୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୮ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ମୃତକଙ୍କ ମଧ୍ୟରେ ଭୁବନେଶ୍ୱର ଓ ଢେଙ୍କାନାଳରୁ ୨ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, କେନ୍ଦୁଝର ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୩ ହଜାର ୫୬୭କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୯ଲକ୍ଷ ୯୮ ହଜାର ୫୯୧ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ୬ହଜାର ୮୫୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ୬୪ ହଜାର ୬୦୨ ନମୁନା ପରୀକ୍ଷା ହୋଇଥିବା ବେଳେ ପଜିଟିଭ ହାର ୧ ଦଶମିକ ୧୭ ପ୍ରତିଶତ ରହିଛି ।