ରାଜ୍ୟରେ କେମିତି ରହିଛି କରୋନା ସ୍ଥିତି । ଜାଣନ୍ତୁ କ’ଣ କହିଲେ ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ?

82

ବର୍ତ୍ତମାନ ରାଜ୍ୟରେ ସଂକ୍ରମଣ ସ୍ଥିର ରହିଛି ବୋଲି ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି, ଯାହା ସ୍ଥିତି ଅଛି ଆକ୍ଟିଭ କେସ, ହସ୍ପିଟାଇଲାଇଜେସନ କମୁଛି, ମୃତ୍ୟୁସଂଖ୍ୟା କମିଛି, ଏବଂ ଆଇସିୟୁରେ ମଧ୍ୟ ରୋଗୀଙ୍କ ସଂଖ୍ୟା କମୁଛି । ରାଜ୍ୟରେ ଦୈନିକ ସଂକ୍ରମଣ ହାରାହାରି ୫୦୦ ରୁ ୬୦୦ ଭିତରେ ରହୁଛି ।

ଅନ୍ୟ ସ୍ଥାନ ଅପେକ୍ଷା ଭୁବନେଶ୍ୱର ଓ କଟକରେ ଟିକିଏ ଅଧିକ ରହୁଛି । ଯେହେତୁ ଓଡ଼ିଶାର ସବୁ ବଡ଼ ବଡ଼ ହସ୍ପିଟାଲ ଏଠି ରହିଛି, ସେଥିପାଇଁ ଏଠି ରୋଗୀଙ୍କ ସଂଖ୍ୟା ଅଧିକ ରହୁଛି । ବର୍ତ୍ତମାନ ସବୁ ହସ୍ପିଟାଲରେ ଆରଟିପିସିଆର ଟେଷ୍ଟକୁ ବାଧ୍ୟତାମୂଳକ କରି ଦିଆଯାଇଛି । ତେବେ ଏହା ବର୍ତ୍ତମାନ ସ୍ଥିତି ସ୍ଥିର ଅଛି । କିନ୍ତୁ ଆଗାମୀ ତିନି ମାସ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ । ଏହି ତିନି ମାସ ଆମକୁ ଯଥେଷ୍ଟ ସଚେତନ ରହିବାକୁ ପଡ଼ିବ ।