୫ ଜିଲ୍ଲାକୁ ପାଣିପାଗ ବିଭାଗର ସତର୍କ ସୂଚନା । ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବର୍ଷା ଓ ବଜ୍ରପାତର ଆଶଙ୍କା

Advertisment
୫ ଜିଲ୍ଲାକୁ ପାଣିପାଗ ବିଭାଗର ସତର୍କ ସୂଚନା । ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବର୍ଷା ଓ ବଜ୍ରପାତର ଆଶଙ୍କା

କନକ ବ୍ୟୁରୋ: ଆଜି ରାତି ସୁଦ୍ଧା ରାଜ୍ୟର ଗଜପତି, ଗଂଜାମ, ରାୟଗଡା, କେରାପୁଟ ଓ କନ୍ଧମାଳର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

publive-image https://www.news18.com

ସାଟେଲାଇଟ୍ ଚିତ୍ର ଓ ଡପ୍ଲର ରାଡାର ସୂଚନାକୁ ଆଧାର କରି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏହି ସତର୍କ ସୂଚନାରେ କୁହାଯାଇଛି ଯେ ଆଜି ରାତି ମଧ୍ୟରେ ଏହି ସମସ୍ତ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହଠାତ୍ ପାଗରେ ପରିବର୍ତ୍ତନ ହେବା ସହ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଆରମ୍ଭ ହୋଇଯିବ। ଏଥିସହ ଏହି ସମୟ ମଧ୍ୟରେ ଏହି ସମସ୍ତ ସ୍ଥାନରେ ଘଣ୍ଟାପ୍ରତି ୩୦ର ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତର ଆଶଙ୍କା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବାକୁ ଜାରି ସତର୍କ ସୂଚନାରେ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

publive-image https://yandex.com

ଅପରପକ୍ଷରେ ଗତକାଲି ପରି ଆଜି ମଧ୍ୟ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ଗତକାଲି ସର୍ବୋଚ୍ଚ ତାପମାତ୍ରା ୪୪.୦ ଡିଗ୍ରି ସେଲସିୟସ୍ ଟିଟଲାଗଡ଼ ଠାରେ ରେକର୍ଡ କରାଯାଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ୨୨.୨ ଡିଗ୍ରି ସେଲସିୟସ୍ ମାଲକାନଗିରିରେ ରେକର୍ଡ କରା ଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe