ରାଜ୍ୟରେ ୨୨୮ କରୋନା ପଜିଟିଭ୍ ଚିହ୍ନଟ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬

105

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୩୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୯୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୧ ଜଣ, ଭଦ୍ରକରୁ ୧ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, କଟକରୁ ୧୭ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୩ ଜଣ, କୋରାପୁଟରୁ ୨ ଜଣ, ମୟୂରଭଞ୍ଜରୁ ୨୧ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୧୦ ଜଣ, ସମ୍ୱଲପୁରରୁ ୧୧ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୯ ହଜାର ୧୦୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୮ ହଜାର ୩୦୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୩୩୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।