୧୮ରେ ଆଉ ଏକ ଘୂର୍ଣ୍ଣିବଳୟ : ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ପାଣିପାଗ ବିଭାଗ କହିଲା, ୧୯ ଓ ୨୦ ତାରିଖରେ ଭିଜିବ ଅଧା ଓଡ଼ିଶା

1,213

କନକ ବ୍ୟୁରୋ : ଆସୁଛି ଆଉ ଏକ ଲଘୁଚାପ । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ମିଆଁମାର ଉପକୂଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଗତି କରି ଓଡ଼ିଶା ପଶ୍ଚିମବଙ୍ଗ ଆଡେ ମୁହାଁଇବ । ଏହାର ପ୍ରଭାବରରେ ଆସନ୍ତାକାଲିଠାରୁ ପାଗ ମେଘୁଆ ରହିବା ସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହେବ । ୧୮ ତାରିଖ ବେଳକୁ ବର୍ଷାର ପରିମାଣ ବଢିବା ସହ ତିନି ଦିନ ଅଧା ଓଡ଼ିଶାକୁ ଭିଜାଇବ ବୋଲି ଜଣାପଡ଼ିଛି ।

ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ୧୮ ତାରିଖରେ ମୟୂରଭଂଜ, ଭଦ୍ରକ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବ । ସେହିପରି ୧୯ ତାରିଖ ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୯ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଭଦ୍ରକ, ବାଲେଶ୍ୱର. ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୦ ତାରିଖରେ ଉତର-ପଶ୍ଚିମ ଓଡ଼ିଶାର ୫ ଜିଲ୍ଲାରେ ଅଧିକ ବର୍ଷିବ । ସୁନ୍ଦରଗଡ, ଝାରସୁଗୁଡ଼ା, ବରଗଡ, ଦେବଗଡ ଓ ସମ୍ବଲପୁରରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।