କନକ ବ୍ୟୁରୋ: ଓଡିଶା ପାଇଁ ଖୁସି ଖବର । ଆଜି ରାଜ୍ୟର ୧୪ଟି ଜିଲ୍ଲାରୁ ୧୮୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। କଟକ ଜିଲ୍ଲାରୁ ଆଜି ସର୍ବାଧିକ ୬୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
Another 186 #COVID19 patients have recovered and are being discharged on 21.6.2020.
62 from Cuttack
41 from Kandhamal
32 from Khurdha
12 from Ganjam
8 from Mayurbhanj
7 from Angul
5 from Keonjhar
4 each from Malkangiri, Nayagarh and Puri
(1/2)— H & FW Dept Odisha (@HFWOdisha) June 21, 2020
ସେହିପରି କନ୍ଧମାଳ ଜିଲ୍ଲାରୁ ୪୧ ଜଣ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ୩୨ ଜଣ, ଗଂଜାମ ଜିଲ୍ଲାରୁ ୧୨ ଜଣ, ମୟୂରଭଂଜ ଜିଲ୍ଲାରୁ ୮ ଜଣ, ଅନୁଗୁଳ ଜିଲ୍ଲାରୁ ୭ ଜଣ, କେନ୍ଦୁଝର ଜିଲ୍ଲାରୁ ୫ ଜଣ, ମାଲକାନଗିରି, ନୟାଗଡ଼ ଓ ପୁରୀ ଜିଲ୍ଲାରୁ ୪ ଜଣ ଲେଖାଏଁ, ବାଲେଶ୍ୱର, ଦେବଗଡ଼ ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କର ସଂଖ୍ୟା ୩୭୨୦ ହୋଇଛି।
ରାଜ୍ୟରେ୨ ଲକ୍ଷ ୨୪ ହଜାର ୪୦୨ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ମୋଟ ୫୧୬୦ ଜଣ ଲୋକ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୪ ଜଣଙ୍କର ମୃତ୍ୟୁ ହୋଇଛି। ଅପରପକ୍ଷେ ୩ ହଜାର ୭୨୦ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟର ବିଭିନ୍ନ କୋଭିଡ-୧୯ ହସ୍ପିଟାଲରେ ୧ ହଜାର ୪୨୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।