କନକ ବ୍ୟରୋ: କରୋନା ବିରୋଧୀ ଲଢେଇରେ ମିଶନ ଶକ୍ତିର ମହିଳାଙ୍କ ଅବଦାନ ବି ବେଶ ଗୁରୁତ୍ୱପୂର୍ଣ୍ଣ । ଡାକ୍ତର, ପୋଲିସ ଭଳି ସେମାନେ ବି ଏ ବିପଦ ବେଳେ ସମାଜ ସେବା କରିବାକୁ ଆଗେଇ ଆସିଛନ୍ତି । ଘରୁ ଗୋଢ କାଢି ଅସହାୟଙ୍କୁ ସହାୟତା ହେବାକୁ, ଲୋକଙ୍କୁ ସଚେତନ କରିବାକୁ ମହିଳାଙ୍କ ଅବଦାନ ବେଶ ପ୍ରଶଂସନୀୟ ବୋଲି ମିଶନଶକ୍ତିର କମିଶନର ସୁଜାତା କାର୍ତ୍ତିକେୟନ କହିଛନ୍ତି ।

Advertisment

ତେବେ ସ୍ୱଂୟ ସହାୟିକା ଗୋଷ୍ଠୀର ମହିଳାମାନେ ବିଭିନ୍ନ ସ୍ଥାନରେ ରାସନ ଦୋକାନ ଖୋଲିବା ସହ ଲୋକଙ୍କ ପାଖରେ ମୋବାଇଲ ଭ୍ୟାନ ଜରିଆରେ ସେବା ପହଞ୍ଚାଇଛନ୍ତି । ଅସହାୟଙ୍କୁ ରନ୍ଧାଖାଦ୍ୟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ମିଶନ ଶକ୍ତିର ମହିଳାମାନେ ବି ବିଭିନ୍ନ ଜିଲ୍ଲାରେ ରନ୍ଧାଖାଦ୍ୟ ଯୋଗାଇଛନ୍ତି । ତେବେ ଆଜି ପର୍ଯ୍ୟନ୍ତ ୨୫ ଲକ୍ଷ ମିଲ ଅସହାୟଙ୍କୁ ଯୋଗାଇଥିବା ବେଳେ ଆଗକୁ ମଧ୍ୟ ମହିଳାମାନେ ଏହି କାମ ଜାରି ରଖିବେ । ତେବେ ବଜାରରେ ଯେତେବେଳେ ମାସ୍କର ଅଭାବ ଦେଖା ଦେଇଥିଲା । ସେତେବେଳେ ମହିଳାମାନେ ଲୋକଙ୍କ ପାଖରେ ମାସ୍କ ପହଞ୍ଚାଇବାକୁ ନିଜେ ସିଲେଇ କରି ମାସ୍କ ବାଣ୍ଟିଛନ୍ତି । ଆଜି ସୁଦ୍ଧା ବିଭିନ୍ନ ସ୍ଥାନରେ ଲୋକଙ୍କୁ ୧୨ ଲକ୍ଷ ମାସ୍କ ଯୋଗାଇଲେଣି ମହିଳା ।

ତେବେ କରୋନା ମୁକାବିଲା ପାଇଁ ଆଉ ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦେଉଛନ୍ତି । ତେଣୁ ଏହି କ୍ଷେତ୍ରରେ ମହିଳାଙ୍କ ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ ଅଟେ । ବାହାରେ ଲୋକଙ୍କୁ ପୋଲିସ ଜଗିବାପରି ଘର ଭିତରେ ବି ମହିଳାମାନେ ସବୁ ମାଆମାନେ ପୋଲିସ ହେବା ଦରକାର । ମାଆମାନେ ଘରର ପୋଲିସ ହୋଇ ନିଜ ପରିବାର ସଦସ୍ୟଙ୍କୁ ବାହାରକୁ ନବାହାରିବା ପାଇଁ କହିବେ । ଆବଶ୍ୟକ ନଥିଲେ ଅଯଥାରେ ବାହାରକୁ ବାହାରିବେନି । ସବୁଦିନ ସଜ ପରିବା ବଜାରରୁ ଆଣିବା ଏଭଳି ସମୟରେ ଟିକେ ଦୂରାନ୍ତୁ । ତେବେ କରୋନା ଔଷଧ ଆମ ହାତରେ ଅଛି, ତେଣୁ ଘରେ ରହି କରୋନାକୁ ହରାଇବାକୁ ମାଆମାନଙ୍କୁ ସୁଜାତା କାର୍ତ୍ତିକେୟନ ପରାମର୍ଶ ଦେଇଛନ୍ତି ।