ଓଡିଶା ପାଇଁ ଖୁସି ଖବର । ସୁସ୍ଥ ହେଲେ ରାଜ୍ୟର ଆଉ ୧୬୮ କରୋନା ଆକ୍ରାନ୍ତ । ୪୨୯୧ରେ ପହଞ୍ଚିଲା ମୋଟ ସୁସ୍ଥଙ୍କ ସଂଖ୍ୟା ।
କନକ ବ୍ୟୁରୋ: ଆଜି ରାଜ୍ୟର ୧୭ଟି ଜିଲ୍ଲାରୁ ୧୬୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଗଂଜାମ ଜିଲ୍ଲାରୁ ଆଜି ସର୍ବାଧିକ ୩୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
Kanak News is now on WhatsApp
Join and get latest news updates delivered to you via WhatsApp
Another 168 #COVID19 patients have recovered and are being discharged on 25.6.2020.
39 from Ganjam
23 from Khurdha
23 from Gajapati
19 from Puri
13 from Baragarh
8 from Sundergarh
7 from Balasore
5 each from Bhadrak & Rayagada
(1/2)— H & FW Dept Odisha (@HFWOdisha) June 25, 2020
ସେହିପରି ଖୋର୍ଦ୍ଧା ଓ ଗଜପତି ଜିଲ୍ଲାରୁ ୨୩ ଜଣ ଲେଖାଏଁ, ପୁରୀ ଜିଲ୍ଲାରୁ ୧୯ ଜଣ, ବରଗଡ଼ ଜିଲ୍ଲାରୁ ୧୩ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ ଜଣ, ବାଲେଶ୍ୱର ଜିଲ୍ଲାରୁ ୭ ଜଣ, ଭଦ୍ରକ ଓ ରାୟଗଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ, ମାଲକାନଗିରି, କେନ୍ଦ୍ରାପଡ଼ା, କେନ୍ଦୁଝର, ଜଗତ୍ସିଂହପୁର, ସୋନପୁର ଜିଲ୍ଲାରୁ ୪ ଜଣ ଲେଖାଏଁ, ଅନୁଗୁଳ ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ଓ ଝାରସୁଗୁଡ଼ା ଜିଲ୍ଲାରୁ ଜଣେ କରୋନା ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ଯାଏଁ ୨ ଲକ୍ଷ ୩୯ ହଜାର ୮୧୫ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ଆଜି ଯାଏଁ ମୋଟ ୫୯୬୨ ଜଣ ଲୋକ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି। ଅପରପକ୍ଷେ ୪ ହଜାର ୨୯୧ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟର ବିଭିନ୍ନ କୋଭିଡ-୧୯ ହସ୍ପିଟାଲରେ ୧ ହଜାର ୬୪୭ ଜଣ ବ୍ୟକ୍ତି ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।