ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି : ୩ ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ ପଦବୀକୁ ମଞ୍ଜୁରୀ

480

କନକ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ବଡ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ ଟି ପଦବୀକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହା ମଧ୍ୟରେ ପ୍ରତିଟି ବାଟାଲିଅନ ପାଇଁ ୨୧୧ ପଦବୀକୁ ମଞ୍ଜୁରୀ ମିଳିଛି । ଏହାସହ ୧୩୨ ଟି ପଦବୀ ଆଉଟ୍ ସୋର୍ସିଂ ମାଧ୍ୟମରେ ପୁରଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ (IR Battalion) ପାଇଁ ୬୬୩ଟି ପଦବୀକୁ(Security Coys) ମଞ୍ଜୁର କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି।

ଏହି ନୂତନ ପଦବୀ ଗୁଡିକ ହେଲା ଡେପୁଟି କମାଣ୍ଡାଣ୍ଟ-୧, ହାବିଲଦାର ମେଜର-୧୮, ହାବିଲଦାର-୨୩, କନେଷ୍ଟବଳ-୧୫୪, ଇନିସ୍‌ପେକ୍ଟର(WT)-୧, ସବ୍‌ଇନିସ୍‌ପେକ୍ଟର (WT)-୨, ହାବିଲଦାର (WT)-୪, କନେଷ୍ଟବଳ(WT)-୧୩, ହେଡକ୍ଲର୍କ-୧, ମେଡିକାଲ ଅଫିସର-୧, ଫାର୍ମାସିଷ୍ଟ-୨ ଓ ଷ୍ଟାଫ ନର୍ସ-୧ । ଏହିପରି ପ୍ରତ୍ୟେକ ବାଟାଲିଅନରେ ୨୨୧ ଜଣ କର୍ମଚାରୀ ଓ ଅଧିକାରୀ ନିୟୋଜିତ ହେବେ।

ଏହାସହିତ ପ୍ରତ୍ୟେକ ବାଟାଲିଅନରେ ବିଭିନ୍ନ ସହାୟକ କାର୍ଯ୍ୟ ପାଇଁ ୪୪ଟି ପଦବୀ ସୃଷ୍ଟି କରାଯାଇଛି, ଯାହାକି ଆଉଟ ସୋର୍‌ସିଂ ଜରିଆରେ ପୂରଣ କରାଯିବ। ୩ଟି ବାଟାଲିଅନ ପାଇଁ ୧୩୨ଟି ଆଉଟ ସୋର୍‌ସିଂ ପଦବୀ ସୃଷ୍ଟି କରାଯାଇଛି।