ରାଜ୍ୟ ସରକାରଙ୍କ ବଡ କାର୍ଯ୍ୟାନୁଷ୍ଠାନ । ଜଙ୍ଗଲ ବିଭାଗର ୨ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ।

322

କନକ ବ୍ୟୁରୋ : ରାଜ୍ୟ ସରକାର ଆଜି ବଡ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ଜଙ୍ଗଲ ବିଭାଗର ୨ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । କର୍ତ୍ତବ୍ୟରେ ଅବହେଳା ଓ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏଭଳି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟସରକାର । ଅବସର ଦିଆଯାଇଥିବା ଅଧିକାରୀମାନେ ହେଲେ ବାଲେଶ୍ୱର ବନ୍ୟପ୍ରାଣୀ ଡିଭିଜନର କୁଳଡିହା ବନ୍ୟପ୍ରାଣୀ ରେଞ୍ଜର ସହକାରୀ ବନ ସଂରକ୍ଷକ ଲକ୍ଷ୍ମଣ ପ୍ରଧାନ ଓ ସୁନ୍ଦରଗଡ ବିଶ୍ରା ରେଞ୍ଜର ଫରେଷ୍ଟର ଭରତ କୁମାର ଘଡେଇ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫-ଟିରେ ଦୁର୍ନୀତିଗ୍ରସ୍ତ, ଅପାରଗ ଓ କର୍ତ୍ତବ୍ୟରେ ଅବହେଳା କରୁଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି । ଏହା ପୂର୍ବରୁ ମଧ୍ୟ ଅନେକ ଦୁର୍ନିତୀଗ୍ରସ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ସରକାର ।