କନକ ବ୍ୟୁରୋ : ଡିସେମ୍ବର ସୁଦ୍ଧା ସରିବ ଟିକାକରଣ । ରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଯଦି ଟିକା ଆସିବାରେ କୌଣସି ସମସ୍ୟା ନ ହୁଏ ୪ ମାସ ମଧ୍ୟରେ ଟିକାକରଣ ଶେଷ ହେବ । ରାଜ୍ୟରେ ଏବେ ଟିକାକରଣ ଜାରି ରହିଛି । ବର୍ତ୍ତମାନ ଟିକାରେ କିଛି ସମସ୍ୟା ନାହିଁ । ବର୍ତ୍ତମାନ ସୁଦ୍ଧା ୨ କୋଟି ୨୦ ଲକ୍ଷ ଡୋଜ ଟିକା ଦିଆସାରିଛି । ପ୍ରଥମ ଡୋଜ ୧ କୋଟି ୬୬ ଲକ୍ଷ ଓ ଦିତୀୟ ଡୋଜ ୫୩ ଲକ୍ଷ ଲୋକ ନେଇ ସାରିଛନ୍ତି । ମୋଟ ୫୪ % ଲୋକଙ୍କୁ ପ୍ରଥମ ଡୋଜ ଦିଆଯାଇଛି । ଏବେ ୨୮ ଲକ୍ଷ ୫୪ କୋଭିସିଲଡ ଓ ୪ ଲକ୍ଷ ୫୪ ହଜାର ଟିକା କୋଭକ୍ସିନ ଟିକା ମହଜୁଦ ରହିଛି ।
Kanak News is now on WhatsApp
Join and get latest news updates delivered to you via WhatsApp
ଯେଉଁମାନଙ୍କର ଦ୍ବିତୀୟ ଡୋଜ ଟିକା ନେବାର ଅଛି ପ୍ରାଥମିକତା ଭିତ୍ତିରେ ସେମାନଙ୍କୁ ଟିକା ଦେବା ପାଇଁ ଜିଲ୍ଲାକୁ ନିର୍ଦ୍ଦେଶ ଦିଆଯାଇଛି। ଶିକ୍ଷକ ଓ ଦ୍ବିତୀୟ ଡୋଜ ଲୋକଙ୍କୁ ପ୍ରାଧାନ୍ୟ ଦିଆଯାଉଛି । କେତେ ଶିକ୍ଷକ ଟିକା ନେବେ ଜିଲ୍ଲାକୁ ତଥ୍ୟ ମଗାଯାଇଛି । ସେପ୍ଟେମ୍ବର ୫ ତାରିଖ ସୁଦ୍ଧା ଶିକ୍ଷକଙ୍କ ଟିକାକରଣ ଶେଷ ହେବ । କେବଳ ଶିକ୍ଷକଙ୍କୁ ଟିକା ଦେବା ପାଇଁ କିଛି ସ୍ୱତନ୍ତ୍ର କେନ୍ଦ୍ର କରାଯାଇଛି । ଆଜି ୧୪୦୦ କେନ୍ଦ୍ରରେ ଟିକାକରଣ ଚାଲିଛି । ୧ ଲକ୍ଷ ଗର୍ଭବତୀ ମହିଳାଙ୍କର ଟିକାକରଣ କରାଯାଇଛି। ପ୍ରଥମ ଲହରରେ ୮ ପ୍ରତିଶତ ଶିଶୁ ସଂକ୍ରମିତ ହୋଇଥିଲେ । ଦ୍ବିତୀୟ ଲହରରେ ଜୁଲାଇ ସୁଦ୍ଧା ୧୦ ପ୍ରତିଶତ ଶିଶୁ ସଂକ୍ରମିତ ହୋଇଥିଲେ ।