ବାସଭବନରେ ମନ୍ତ୍ରୀ ନବ ଦାସଙ୍କ ଶେଷ ଦର୍ଶନ କଲେ ରାଜ୍ୟପାଳ : ଦଳୀୟ କାର୍ଯ୍ୟାଳୟରେ ନେତା ଓ କର୍ମୀ କଲେ ଶେଷ ଦର୍ଶନ; ଝାରସୁଗୁଡା ଅଭିମୁଖେ ପ୍ରାର୍ଥିବ ଶରୀର

433

କନକ ବ୍ୟୁରୋ : ବାସଭବନରେ ଶେଷ ଦର୍ଶନ କଲେ ରାଜ୍ୟପାଳ । ମରଶରୀରରେ ପୁଷ୍ପଗୁଚ୍ଛ ଦେଇ ଶେଷ ଦର୍ଶନ କରିଛନ୍ତି । ସେହିପରି ଦଳୀୟ କାର୍ଯ୍ୟାଳୟରେ ନେତା ଓ କର୍ମୀ କଲେ ଶେଷ ଦର୍ଶନ କରି ପୁଷ୍ପଗୁଚ୍ଛ ପ୍ରଦାନ କରିଛନ୍ତି । ସେହିପରି ନବୀନ ପଟ୍ଟନାୟକ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କର ତାଙ୍କର ସରକାରୀ ବାସଭବନରେ ଶେଷ ଦର୍ଶନ କରିଛନ୍ତି । ସେ ନବଙ୍କ ମରଶରୀରରେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ତାଙ୍କ ସହ ୫ଟି ସଚିବ ଭି କେ ପାଣ୍ଡିଆନ୍ ମଧ୍ୟ ଅନ୍ତିମ ଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଘର ଭିତରକୁ ଯାଇ ପରିବାରର ସଦସ୍ୟଙ୍କୁ ସମବେଦନା ଜଣାଇଥିଲେ ।