ଓଡ଼ିଶାରେ ୪କୋଟି ଟପିଲା କରୋନା ଟିକାକକରଣ : ଟୁଇଟ କରି ସ୍ୱାସ୍ଥ୍ୟକର୍ମୀ ଓ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲା ସ୍ୱାସ୍ଥ୍ୟ ବିଭାଗ

ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଲେ, ବସଷ୍ଟାଣ୍ଡ ଓ ରେଲୱେ ଷ୍ଟେସନରେ ଦିଆଯିବ ଟିକା

116

କନକ ବ୍ୟୁରୋ : କରୋନା ଟିକାକରଣରେ ଆଉ ଏକ ମାଇଲଖୁଂଟ ପାର କଲା ଓଡ଼ିଶା । ଓଡ଼ିଶାରେ ୪କୋଟି ଟପିଲା କରୋନା ଟିକାକକରଣ । ଏନେଇ ଟୁଇଟ କରି ସ୍ୱାସ୍ଥ୍ୟକର୍ମୀ ଓ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲା ସ୍ୱାସ୍ଥ୍ୟ ବିଭାଗ । ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଲେ, ବସଷ୍ଟାଣ୍ଡ ଓ ରେଲୱେ ଷ୍ଟେସନରେ ଦିଆଯିବ ଟିକା ।

ସେପଟେ,ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୭ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୨୧ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଜପତିରୁ ୯ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୨ ଜଣ, କୋରାପୁଟରୁ ୧ ଜଣ, ମୟୂରଭଞ୍ଜରୁ ୪ ଜଣ, ନବରଙ୍ଗପୁରରୁ ୨ ଜଣ, ପୁରୀରୁ ୭ ଜଣ, ସମ୍ୱଲପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।