ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ମହମ୍ମଦ ରଫିକ୍ : ରାଜ୍ୟପାଳ କରାଇଲେ ପଦ ଓ ଗୋପନୀୟତାର ଶପଥପାଠ

354

କନକ ବ୍ୟୁରୋ : ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କଲେ ଜଷ୍ଟିସ୍ ମହମ୍ମଦ ରଫିକ। ଭୁବନେଶ୍ବର ଲୋକସେବା ଭବନରେ ସ୍ବତନ୍ତ୍ର ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଓଡ଼ିଶା ହାଇକୋର୍ଟର ୩୧ତମ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ମହମ୍ମଦ ରଫିକ ଦାୟିତ୍ବ ଗ୍ରହଣ କରିଛନ୍ତି ।

ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟରତ ଜଷ୍ଟିସ ମହମ୍ମଦ ରଫିକଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି କରାଯିବା ନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ଏପ୍ରିଲ ୨୩ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଏପ୍ରିଲ ୧୮ ତାରିଖରେ ସୁପ୍ରିମକୋର୍ଟ କଲେଜିୟମ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି ପାଇଁ ତାଙ୍କ ନାମ ସୁପାରିସ କରିଥିଲା । ଏହାପରେ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ ମିଳିବା ପରେ ଏ ସଂପର୍କିତ ବିଜ୍ଞପ୍ତି କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ ପାଇଥିଲା ।

ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ୱରେ ଥିଲେ ଜଷ୍ଟିସ୍ ମହମ୍ମଦ ରଫିକ୍ । ଜଷ୍ଟିସ୍ କଳ୍ପେଶ ସତ୍ୟେନ୍ଦ୍ର ଝାଭେରୀଙ୍କ ଅବସର ପରେ ୨୦୧୯ ଜାନୁୟାରୀ ୫ ତାରିଖରୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ସଂଜୁ ପଣ୍ଡା ଦାୟିତ୍ୱ ତୁଳାଉଛନ୍ତି । ଜଷ୍ଟିସ୍ ମହମ୍ମଦ ରଫିକ୍ ୨୦୧୯ ନଭେମ୍ବର ୧୩ ତାରିଖରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ ।