କନକ ବ୍ୟୁରୋ : ମୌସୁମୀ ପରବର୍ତ୍ତୀ ସମୟରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ପାଇଁ ମାର୍ଗଦର୍ଶିକା ଜାରି କରିଛି ସ୍ୱାସ୍ଥ୍ୟ ବିଭାଗ । ସମସ୍ତ ମେଡିକାଲ କଲେଜ, ଜିଲ୍ଲା ମୁଖ୍ୟ ଚିକତ୍ସାଳୟ, ଜିଲ୍ଲାପାଳ ତଥା ପୌର ପ୍ରଶାସନକୁ ଏଥିପାଇଁ ଆଗୁଆ ପ୍ରସ୍ତୁତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟପଟେ ବାତ୍ୟା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ରଣନୀତି ପ୍ରସ୍ତୁତ କରାଯାଇଛି ।
ସ୍ୱାସ୍ଥ୍ୟ ବିଭାଗର ସତର୍କତା
- ସମ୍ଭାବ୍ୟ ପରିସ୍ଥିତି ପାଇଁ ରାଜ୍ୟସ୍ତରରେ ଷ୍ଟେଟ୍ ରାପିଡ୍ ରେସପନ୍ସ ଟିମ୍ ପ୍ରସ୍ତୁତ ରହିବେ
- କାର୍ଯ୍ୟକ୍ଷମ ହେବ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ
- ପାଣିପାଗ କେନ୍ଦ୍ର ସହ ସମନ୍ୱୟ ରକ୍ଷା କରିବେ ଏସ୍ଆରସି, ଓସଡମା
- ଜିଲ୍ଲା ଓ ସବ୍ ଡିଭିଜନ୍ ସ୍ତରରେ ପ୍ରସ୍ତୁତି କରାଯାଇ ଆବଶ୍ୟକ ସାମଗ୍ରୀ ଯୋଗାଣ ହେବ
- ଆବଶ୍ୟକ ହେଲେ ଅତିରିକ୍ତ ମାନବ ସମ୍ବଳ ନିଯୁକ୍ତ ହେବେ
- ଜିଲ୍ଲାସ୍ତରରେ ବନ୍ୟା ଓ ବାତ୍ୟା ପାଇଁ କାର୍ଯ୍ୟଖସଡ଼ା ପ୍ରସ୍ତୁତ କରାଯିବ
- ଜରୁରୀକାଳୀନ ବିଭାଗ ସହ ଜିଲ୍ଲା ପ୍ରଶାସନ ସମନ୍ୱୟ ରକ୍ଷା କରି ପଦକ୍ଷେପ ନେବ
- ଜିଲ୍ଲାର ସମ୍ବେଦନଶୀଳ ଅଞ୍ଚଳ ଚିହ୍ନଟ କରି ସ୍ୱତନ୍ତ୍ର ଦୃଷ୍ଟି ଦିଆଯିବ
- ସ୍ୱାସ୍ଥ୍ୟ କେନ୍ଦ୍ର ଗୁଡ଼ିକ ୨୪ ଘଣ୍ଟିଆ ଜଳ ଓ ବିଦ୍ୟୁତ ଯୋଗାଣ ସୁନିଶ୍ଚିତ କରାଯିବ
- ଅନ୍ୟ ଚିକିତ୍ସା ସାମଗ୍ରୀ ମହଜୁଦ ରଖିବା ଜରୁରୀ
- ବନ୍ୟାଞ୍ଚଳରୁ ରୋଗୀଙ୍କୁ ଉଦ୍ଧାର କରିବା ପାଇଁ ମେଡିକାଲ ଟିମ୍ ମୁତୟନ ହେବ
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2022/10/27-9.jpg)