କରୋନା ସଂକ୍ରମଣ ବୃଦ୍ଧିକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପ୍ରତିକ୍ରିୟା । ଅଗଷ୍ଟ ଦ୍ୱିତୀୟ ସପ୍ତାହ ସୁଦ୍ଧା ଓଡିଶା ଭଲ ସ୍ଥିତିକୁ ଆସିପାରେ

99

କନକ ବ୍ୟୁରୋ : ସରିଛି ରଥଯାତ୍ରା, ବଢ଼ିପାରେ ସଂକ୍ରମଣ ! ରଥଯାତ୍ରା ସରିଥିବାରୁ ନିଜ ନିଜ ଅଞ୍ଚଳକୁ ଫେରିଛନ୍ତି ଜନସାଧାରଣ ତେଣୁ ତାକୁ ନଜର ରଖାଯାଇଛି । କମ୍ୟୁନିଟିରେ ମଧ୍ୟ ପଜିଟିଭିଟି କେସ ରହିଛି ତେଣୁ ବିଭିନ୍ନ ଜିଲ୍ଲାରେ କଣ ପରିସ୍ଥିତି ରହୁଛି ତାକୁ ତର୍ଜମା କରାଯଉଛି । ଅନ୍ୟ ଲହର ପରି ସଂକ୍ରମଣ ବଢ଼ୁନାହିଁ ହେଲେ ଧୀରଗତିରେ ସଂକ୍ରମଣ ବଢୁଛି । ନିୟମ ମାନିବା ସହ ଯେଉଁମାନେ ଟିକାନେଇନାହାନ୍ତି ତୁରନ୍ତ ଟିକା ନିଅନ୍ତୁ । କେତେ ବଢୁଛି, ବଢିବାର ଆକାର କଣ ? ଓ ଏହାର ଫାଟାଲିଟି କେତେ ଏହା ଉପରେ ଆମେ ସମ୍ପୂର୍ଣ୍ଣ ନଜର ରଖିଛୁ ।

ରାଜ୍ୟରେ ଏହି ଲହରରେ ପ୍ରଥମ କୋଭିଡ ଜନିତ ମୃତ୍ୟୁ ହୋଇଛି । ତେଣୁ ବେଶୀ ଅନୁସଙ୍ଗିକରୋଗ ଥିବା ଲୋକଙ୍କ କ୍ଷେତ୍ରରେ ଏହା ପ୍ରଭାବ ପକାଉଛି ତେଣୁ ସେମାନେ ସଚେତନ ରହିବା ନିହାତି ଆବଶ୍ୟକ । ଅନ୍ୟ ରାଜ୍ୟରେ ଯେଉଁଭଳି କେସ ଖସୁଛି ତେଣୁ ଆକଳନ କରାଯାଇପାରେ ଯେ ଆଗାମୀ ଅଗଷ୍ଟ ଦ୍ୱିତୀୟ ସପ୍ତାହ ସୁଦ୍ଧା ଓଡିଶା ଭଲ ସ୍ଥିତିକୁ ଆସିପାରେ । ତେଣୁ ବର୍ତ୍ତମାନ ଓଡିଶାରେ ଉପର ମୁହାଁ ଗ୍ରାଫ ରହିଛି ତେଣୁ ଏହା ବଢିଲା ପରେ ସମନ୍ତରାଳ ହୋଇ କିଛି ଦିନ ରହିବା ପରେ ଧୀରେ ଧୀରେ ଖସିପରେ ବୋଲି ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।