ଆଜି ଶପଥ ନେବେ ଓଡ଼ିଶା ହାଇକୋର୍ଟର ନବ ନିଯୁକ୍ତ ମୁଖ୍ୟ ବିଚାରପତି । ୩୨ତମ ବିଚାରପତି ଭାବେ ଶପଥ ଗ୍ରହଣ କରିବେ ଜଷ୍ଟିସ ଏସ ମୁରଲୀଧର

Advertisment
ଆଜି ଶପଥ ନେବେ ଓଡ଼ିଶା ହାଇକୋର୍ଟର ନବ ନିଯୁକ୍ତ ମୁଖ୍ୟ ବିଚାରପତି । ୩୨ତମ ବିଚାରପତି ଭାବେ ଶପଥ ଗ୍ରହଣ କରିବେ ଜଷ୍ଟିସ ଏସ ମୁରଲୀଧର

କନକ ବ୍ୟୁରୋ: ଆଜି ଶପଥ ନେବେ ଓଡ଼ିଶା ହାଇକୋର୍ଟର ନବ ନିଯୁକ୍ତ ମୁଖ୍ୟ ବିଚାରପତି ଜଷ୍ଟିସ ଏସ ମୁରଲୀଧର । ସକାଳ ୧୦ଟାରେ ବେଳେ ରାଜଭବନରେ ଶପଥ ଗ୍ରହଣ ସମାରୋହ ଅଛି । ୩୨ ତମ ବିଚାରପତିଭାବେ ଆଜି ଶପ୍ ଗ୍ରହଣ କରିବେ ଜଷ୍ଟିସ ଏସ ମୁରଲୀଧର । ଗତକାଲି ଜଷ୍ଟିସ ମୁରଲୀଧର ଓଡ଼ିଶାରେ ପହଂଚିବା ପରେ ବିମାନବନ୍ଦରରୁ ଏକ କାରକେଡ଼ ଯୋଗେ ରାଜ୍ୟ ଅତିଥିଭବନକୁ ନିଆଯାଇଥିଲା । ସେଠାରେ ତାଙ୍କୁ ପୁଲିସ ପକ୍ଷରୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା । ପୂର୍ବରୁ ପଂଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଛନ୍ତି ଜଷ୍ଟିସମୁରଲୀଧର ।

ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ୨୦୨୦, ଡିସେମ୍ବର ୧୪ରେ ପଞ୍ଜାବ ଓ ହରିୟାନା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟରତ ଡକ୍ଟର ଜଷ୍ଟିସ ଏସ.ମୁରଲୀଧରଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲିଜିୟମ ସୁପାରିସ କରିଥିଲା। ଏହାପରେ ଡିସେମ୍ବର ୩୧ରେ ତାଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ରାଷ୍ଟ୍ରପତି ନିଯୁକ୍ତି ପ୍ରଦାନ କରିଥିବା ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe