ଆସନ୍ତାକାଲିଠାରୁ ଦୁଇ ଦିନ ବନ୍ଦ ରହିବ ଓଡ଼ିଶା ହାଇକୋର୍ଟ । କୋର୍ଟ ପରିସରକୁ ସାନିଟାଇଜ୍ କରିବାକୁ ନିର୍ଦ୍ଦେଶ ।

458

କନକ ବ୍ୟୁରୋ : ଆସନ୍ତାକାଲି ଠାରୁ ୨ ଦିନ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟ ବନ୍ଦ ରହିବ । ଆସନ୍ତାକାଲି (ସେପ୍ଟେମ୍ବର ୨୧) ଓ ୨୨ ତାରିଖରେ ହାଇକୋର୍ଟ ବନ୍ଦ ନେଇ ରେଜିଷ୍ଟ୍ରାର ଜେନେରାଲ ନିର୍ଦ୍ଦେଶ ଦେଇଛନ୍ତି ।

ନିର୍ଦ୍ଦେଶ ଅନୁସାରେ ହାଇକୋର୍ଟ ସହ ଏହାର କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ । କିଛି ବିଭାଗରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଥିବାରୁ ଏଭଳି ନିଷ୍ପତ୍ତି ହୋଇଛି । ହାଇକୋର୍ଟ ପରିସରକୁ ସାନିଟାଇଜ କରିବାକୁ ନିର୍ଦେଶନାମାରେ କୁହାଯାଇଛି ।