ଗୃହରକ୍ଷୀଙ୍କ ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା

207

କନକ ବ୍ୟୁରୋ : ଗୃହରକ୍ଷୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଡିସିଏରେ ୩୮ପ୍ରତିଶତ ସରକାର ବୃଦ୍ଧି କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି ଏବଂ ଏହା ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲାଭ କରିଛି ।

ପୂର୍ବରୁ ଗୃହରକ୍ଷୀମାନଙ୍କୁ ଡିସିଏ ଭତ୍ତାରେ ଭାବରେ ମାସିକ ୯୦୦୦ ଟଙ୍କା ମିଳୁଥିବା ବେଳେ ଏହାକୁ ଦୈନିକ ୪୧୬ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହା ଦ୍ୱାରା ସେମାନଙ୍କ ଡିସିଏ ଭାବରେ ମାସିକ ୧୨ ହଜାର ୨୮୦ ଟଙ୍କା ମିଳିବ । ଏହା ପୂର୍ବରୁ ମିଳୁଥିବା ଅନ୍ୟାନ୍ୟ ଭତ୍ତା ପୂର୍ବଭଳି ମିଳିବ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି ।