କନକ ବ୍ୟୁରୋ: ବେଙ୍ଗାଲୁରୁରେ ଓଡ଼ିଶା ଇନଭେଷ୍ଟର୍ସ ମିଟ୍ । କର୍ପୋରେଟ୍ ଟାଇକୁନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ୱାନ ଟୁ ୱାନ୍ ଆଲୋଚନା ହୋଇଛି । ଏହି ଅବସରରେ ୱିପ୍ରୋ ହେଲ୍ଥକେୟାର ୟୁନିଟର ସିଇଓ ଡକ୍ଟର ଶ୍ରବଣ ସୁବ୍ରମଣ୍ୟମ ମଧ୍ୟ ସାମିଲ ହୋଇ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ କରିଛନ୍ତି । ତା ସହିତ ଆଜି ମୁଖ୍ୟମନ୍ତ୍ରୀ ୫୦୦ରୁ ଅଧିକ ଶିଳ୍ପପତି, ବ୍ୟବସାୟୀ ଓ ନିବେଶକଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ସେମାନଙ୍କୁ ଓଡିଶାରେ ନିବେଶ ପାଇଁ ଆହ୍ୱାନ ଦେବେ ମୁଖ୍ୟମନ୍ତ୍ରୀ ।

Advertisment

ଆସନ୍ତା ନଭେମ୍ବର ୩୦ରୁ ଆରମ୍ଭ ହେବାକୁ ଯାଉଛି ‘ମେକ୍ ଇନ୍ ଓଡ଼ିଶା କନକ୍ଲେଭ’ ତୃତୀୟ ସଂସ୍କରଣ । ଏହି କନକ୍ଲେଭରେ ସାମିଲ ହେବାକୁ ଥିବା ନିବେଶକଙ୍କୁ ଓଡିଶାରେ ନିବେଶ ପାଇଁ ଆମନ୍ତ୍ରଣ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବେଙ୍ଗାଲୁରୁ ଗସ୍ତରେ ରହିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ରହିଛନ୍ତି । ଏହି ଇନଭେଷ୍ଟର୍ସ ମିଟ୍ ବା ନିବେଶକ ସମ୍ନିଳନୀରେ ଶିଳ୍ପ ଓ ଶକ୍ତି ମନ୍ତ୍ରୀ ପ୍ରତାପ କେଶରୀ ଦେବ, ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ, ଶିଳ୍ପ ସଚିବ ହେମନ୍ତ ଶର୍ମା, ଆଇଟି ସଚିବ ମନୋଜ କୁମାର ମିଶ୍ର, ଷ୍ଟାର୍ଟଅପ୍ ଓଡ଼ିଶା ପରିଚାଳନା ଅଧ୍ୟକ୍ଷ ଓମକାର ରାଏ ପ୍ରମୁଖ ଉପସ୍ଥିତ ରହିବେ । ପୂର୍ବରୁ ଦୁବାଇ, ଦିଲ୍ଲୀ, ମୁମ୍ବାଇରେ ଅନୁରୂପ ଇନଭେଷ୍ଟର୍ସ ମିଟ୍ କାର୍ଯ୍ୟକ୍ରମର ଆୟୋଜନ ହୋଇଥିଲା ।