୯ ତାରିଖ ଯାଏ ରାଜ୍ୟରେ ଲାଗିରହିବ କୋହଲା ପାଗ ! ବିଭିନ୍ନ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା । ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

Advertisment
୧୮ରୁ ୨୦ ପ୍ରବଳ ବର୍ଷା ! କେଉଁ କେଉଁ ଜିଲ୍ଲାରେ ହେବ ବର୍ଷା ?

କନକ ବ୍ୟୁରୋ: ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସହରର ସର୍ବନିମ୍ନ ତାପମାତ୍ରା ଅଧିକ ରହିବ। ୧୦ ଡିଗ୍ରି ତଳକୁ ଖସିବାର ସମ୍ଭାବନା କମ୍ ରହିଛି। ତଥାପି ଦିନତମାମ କୋହଲା ପାଗ ଲାଗିରହିବ। ଉପକୂଳ ଓ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପୂର୍ବାନୁମାନ କରାଯାଇଛି ଯେ ଆଜି ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ, ସୋନପୁର, ଅନୁଗୁଳ, ନୟାଗଡ଼, କଟକ, ଦେବଗଡ଼, ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏଥିସହ ରାୟଗଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ଘନ କୁହୁଡ଼ି ରହିବ। ଗାଡ଼ି ଚାଳକମାନେ ଏଥିପ୍ରତି ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ଆସନ୍ତାକାଲି ପୂର୍ବାହ୍ନ ଯାଏ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ତେବେ ଅପରାହ୍ନଠାରୁ ପାଗରେ ପରିବର୍ତନ ଆସିବ। ଦକ୍ଷିଣ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି।

୭ ଓ ୮ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାର କେତେକ ସ୍ଥାନରେ ଘୂର୍ଣ୍ଣିଝଡ଼ ସହ ହାଲୁକା ବର୍ଷା ହେବ। ଏଥିସହ ଖୋର୍ଧା, କଟକ, ଜଗତସିଂହପୁର, କନ୍ଧମାଳ, ନୟାଗଡ଼ ଓ ବଲାଙ୍ଗୀରରେ ବି ସମାନ ସ୍ଥିତି ଲାଗିରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ସେଭଳି ପରିବର୍ତନ ଆସିବ ନାହିଁ। ଏହାପରେ କିନ୍ତୁ ରାତିର ତାପମାତ୍ରା ୨ରୁ ୩ ଡିଗ୍ରି ବଢ଼ିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe