ରାଜ୍ୟରେ ତଳମୁହାଁ କରୋନା ମିଟର : ଗତ ୨୪ ଘଂଟାରେ ୧୬୨୯ ନୂଆ ଆକ୍ରାନ୍ତ ଚିହ୍ନଟ, ୬୦ ମୃତ

182

କନକ ବ୍ୟୁରୋ : ରାଜ୍ୟରେ ତଳମୁହାଁ କରୋନା ମିଟର । ଗତ ୨୪ ଘଂଟାରେ ୧୬୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୯୩୯ ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ୬୯୦ ରହିଛି । ଖୋର୍ଦ୍ଧାରୁ ୫୩୨, ଅନୁଗୁଳରୁ ୪୪ ଜଣ, ବାଲେଶ୍ୱରରୁ ୯୩ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୭୬ ଜଣ, ବଲାଙ୍ଗୀରରୁ ୫ ଜଣ, ବୌଦ୍ଧରୁ ୨, କଟକରୁ ୧୬୦ ଜଣ, ଦେବଗଡ଼ରୁ  ୯ ଜଣ, ଢେଙ୍କାନାଳରୁ ୩୯ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୮ ଜଣ, ଜଗତସିଂହପୁରରୁ ୬୭ ଜଣ, ଯାଜପୁରରୁ ୮୪ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୫ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେହିଭଳି କନ୍ଧମାଳରୁ ୧୬ ଜଣ, କେନ୍ଦ୍ରାପଡ଼ାରୁ ୪୭ ଜଣ, କେନ୍ଦୁଝରରୁ ୨୯ ଜଣ, କୋରାପୁଟରୁ ୪ ଜଣ, ମାଲକାନଗିରିରୁ ୫ ଜଣ, ମୟୁରଭଞ୍ଜରୁ ୫୩ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୩୮ ଜଣ, ନୂଆପଡ଼ାରୁ ୧୦, ପୁରୀରୁ ୯୬ ଜଣ, ରାୟଗଡ଼ାରୁ ୧୨ ଜଣ, ସମ୍ୱଲପୁରରୁ ୧୪ ଜଣ, ସୋନପୁରରୁ ୨୨, ସୁନ୍ଦରଗଡ଼ରୁ ୨୨ ଓ ଷ୍ଟେଟ ପୁଲରୁ ୧୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ରାଜ୍ୟର ମୋଟ ୯ ଲକ୍ଷ ୭୦ ହଜାର ୮୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୪୭ ହଜାର ୩୮୧ଜଣ । ଏବେବି କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି ୧୭ ହଜାର ୭୪୬ଜଣ । ୬୨ ହଜାର ୬୮୬ ନମୁନା ପରୀକ୍ଷା ହୋଇଥିବା ବେଳେ ପଜିଟିଭ ହାର ୨ ଦଶମିକ ୫୯ ପ୍ରତିଶତ ରହିଛି । ଆଜି ୬୦ ମୃତ୍ୟୁର ହିସାବ ଦେଇଛନ୍ତି ସରକାର ।

ଗତ ୨୪ ଘଣ୍ଟା ଭିତରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଖୋର୍ଦ୍ଧାରୁ ୮ ଜଣଙ୍କ ପ୍ରାଣହାନି ହୋଇଥିବା ଜଣାଯାଇଛି । ଅପରପକ୍ଷରେ ଅନୁଗୁଳ ଓ କଟକ ଜିଲ୍ଲାରୁ ୬ ଜଣ ଲେଖାଏଁ, କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ୫ ଜଣ ଲେଖାଏଁ, ବୌଦ୍ଧ ଓ ସମ୍ବଲପୁର ଜିଲ୍ଲାରୁ ୪ ଜଣ ଲେଖାଏଁ, ଭଦ୍ରକ ଜିଲ୍ଲାରୁ ୨ ଜଣଙ୍କ ଜୀବନ ନେଇଛି କରୋନା । କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ଝାରସୁଗୁଡ଼ା, ଯାଜପୁର ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।