ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ : ୨୪ ଘଂଟାରେ ୨୧୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୬୬ ମୃତ

213

କନକ ବ୍ୟୁରୋ : ରାଜ୍ୟରେ ପୁଣି ବଢ଼ିଲା କରୋନା ସଂକ୍ରମଣ । ୨ଦିନର ହେବ ୨ହଜାର ତଳକୁ ରହିଥିଲା ସଂକ୍ରମଣ । ପୁଣି ଥରେ ଗତକାଲି ଠାରୁ ରାଜ୍ୟରେ ୨ ହଜାର ପାର ହୋଇଛି ସଂକ୍ରମଣ । ଗତ ୨୪ ଘଂଟାରେ ରାଜ୍ୟରେ ୨ ହଜାର ୧୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୧୨୧୩ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ୮୯୭ ଜଣ ।

ଖୋର୍ଦ୍ଧାରୁ ୪୫୮, ଅନୁଗୁଳରୁ ୪୬ଜଣ, ବାଲେଶ୍ୱରରୁ ୧୬୮ଜଣ, ବରଗଡ଼ରୁ ୧୪ଜଣ, ଭଦ୍ରକରୁ ୭୯ଜଣ, ବଲାଙ୍ଗୀରରୁ ୧୩ଜଣ, ବୌଦ୍ଧରୁ ୧୬ଜଣ, କଟକରୁ ୩୨୩ଜଣ, ଦେବଗଡ଼ରୁ ୫ଜଣ, ଢେଙ୍କାନାଳରୁ ୩୫ଜଣ, ଗଜପତିରୁ ୧୧ଜଣ, ଗଞ୍ଜାମରୁ ୧୬ ଜଣ, ଜଗତସିଂହପୁରରୁ ୬୭ ଜଣ, ଯାଜପୁରରୁ ୯୨ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳରୁ ୧୨ ଜଣ, କେନ୍ଦ୍ରାପଡ଼ାରୁ ୧୩୨ଜଣ, କେଉଁଝରରୁ ୬୬ ଜଣ, କୋରାପୁଟରୁ ୧୯ଜଣ, ମାଲକାନଗିରିରୁ ୨୨ଜଣ, ମୟୁରଭଞ୍ଜରୁ ୯୯ ଜଣ, ନବରଙ୍ଗପୁରରୁ ୧୦ ଜଣ, ନୟାଗଡ଼ରୁ ୭୪ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୧୧୩ ଜଣ, ରାୟଗଡ଼ାରୁ ୨୯ଜଣ, ସମ୍ୱଲପୁରରୁ ୧୯ଜଣ, ସୋନପୁରରୁ ୪, ସୁନ୍ଦରଗଡ଼ରୁ ୬୨ ଓ ଷ୍ଟେଟ ପୁଲରୁ ୮୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୪୭ହଜାର ୮୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୨୦ ହଜାର ୬୪୬ଜଣ । ଏବେବି କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି ୨୨ ହଜାର ୨୯୯ଜଣ । ୭୨ ହଜାର ୩୨୨ ନମୁନା ପରୀକ୍ଷା ହୋଇଛି । ପଜିଟିଭ ହାର ୨ ଦଶମିକ ୯୨ ପ୍ରତିଶତ ରହିଛି । ସେହିପରି ଆଉ ୬୬ ମୃତ୍ୟୁର ହିସାବ ଦେଇଛନ୍ତି ସରକାର ।