କନକ ବ୍ୟୁରୋ: ସେପ୍ଟେମ୍ବର ପ୍ରଥମ ସପ୍ତାହରେ ବାହାରିବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ।କଳା ସହିତ ଧନ୍ଦାମୂଳକ ପରୀକ୍ଷା ଫଳ ବି ବାହାରିବ । ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ଏନେଇ ସୂଚନା ଦେଇଛନ୍ତି । କରୋନା କାରଣରୁ ରେଜଲ୍ଟ ବାହାରିବାରେ ବିଳମ୍ବ ହୋଇଥିଲା । ପୂର୍ବରୁ ଅଗଷ୍ଟ ଶେଷ ସପ୍ତାହରେ ଫଳ ପ୍ରକାଶ ପାଇବ ବୋଲି ଘୋଷଣା ହୋଇଥିଲା । ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପୂର୍ବରୁ ବାହାରିସାରିଛି ।
ପୂର୍ବରୁ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷାଫଳ ପ୍ରକାଶ ପାଇଛି। କଳା ଓ ଧନ୍ଦମୂଳକ ଶିକ୍ଷା ବିଭାଗର ଉତ୍ତର ଖାତାଗୁଡ଼ିକର ମୂଲ୍ୟାୟନ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ମୂଲ୍ୟାୟନ ପ୍ରକ୍ରିୟା ଖୁବ୍ଶୀଘ୍ର ଶେଷ କରାଯିବ ଓ ଅଗଷ୍ଟ ଶେଷ ସପ୍ତାହରେ ଫଳ ପ୍ରକାଶ କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପୂର୍ବରୁ ସୂଚନା ଦେଇଥିଲେ । ତେବେ ପୂର୍ବବର୍ଷଗୁଡ଼ିକ ପରି ଏଥର ମଧ୍ୟ ପରୀକ୍ଷାଫଳ ପୁସ୍ତିକା ପ୍ରକାଶ ପାଇବ ନାହିଁ।