କନକ ବ୍ୟୁରୋ : କାଲିଠୁ ରାଜ୍ୟରେ ଗଡ଼ିବନି ଘରୋଇ ବସ୍ । ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନାକୁ ବିରୋଧ କରି ଘରୋଇ ବସ ମାଲିକ ସଂଘ ଏହି ନିଷ୍ପତ୍ତି ନେଇଛି । ଏହାରି ଭିତରେ ଆଜି ପୁଣି ବସିବ ବୈଠକ । ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ବସ ମାଲିକ ସଂଘର ଆଲୋଚନା ହେବାର ରହିଛି । ପାର୍ବଣବେଳେ ଯାତ୍ରୀଙ୍କ ଅସୁବିଧାକୁ ଦୃଷ୍ଟିରେ କିଛି ନିଷ୍ପତ୍ତି ନିଆଯାଇପାରେ ବୋଲି କୁହାଯାଉଛି ।

Advertisment

ରାଜ୍ୟ ସରକାରଙ୍କ ସହ ବାରମ୍ବାର ଆଲୋଚନା ସତ୍ୱେ ସରକାର ପ୍ରତିଶ୍ରୁତି ପୂରଣ କରୁନଥିବାରୁ ସାରା ରାଜ୍ୟରେ ଘରୋଇ ବସ୍ ଚଳାଚଳ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି । ସଂଘ କହିଛି, ଯୋଜନା ନେଇ ସରକାର ଘରୋଇ ବସ ମାଲିକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ବି ତାକୁ ପାଳନ କରିନାହାନ୍ତି ।

ଲକ୍ଷ୍ମୀ ଯୋଜନାରେ ବସ ଚଳାଚଳ ଦର କମ ରହୁଛି । ସମାନ ସମୟରେ ଲକ୍ଷ୍ମୀ ଓ ଘରୋଇ ବସ ଚଳାଚଳ କରୁଛି । ବ୍ଲକ ମୁଖ୍ୟାଳୟରୁ ଜିଲ୍ଲା ମୁଖ୍ୟାଳୟକୁ ଲକ୍ଷ୍ମୀ ବସ ଗଡୁଛି । ଏହା ସରକାରଙ୍କ ପ୍ରତିଶ୍ରୁତିର ବିରୁଦ୍ଧାଚରଣ କରୁଛି ବୋଲି ସଂଘ କହିଛି । ଫଳରେ କାଲି ସକାଳଠୁ ରାଜ୍ୟରେ ଘରୋଇ ବସ ଗଡିବ ନାହିଁ ବୋଲି ସଂଘ ଘୋଷଣା କରିଛି ।