କନକ ବ୍ୟୁରୋ : ମହାମାରୀ ଯୋଗୁଁ ପ୍ରାୟ ଦୁଇ ବର୍ଷ ଧରି ବନ୍ଦ ରହିଥିବା ଅଙ୍ଗନବାଡି କେନ୍ଦ୍ରକୁ ପୁଣି ଖୋଲିବା ପାଇଁ ନିଷ୍ପତି ନେଇଛନ୍ତି ରାଜ୍ୟ ସରକାର । ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି । ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛି ମହିଳା ଓ ଶିଶୁ ବିକାଶ ବିଭାଗ । ସଂକ୍ରମଣ ହ୍ରାସ ପାଉଥିବାରୁ ଅଙ୍ଗନବାଡ଼ି କେନ୍ଦ୍ରକୁ ଖୋଲିବା ପାଇଁ ପ୍ରସ୍ତୁତି କାର୍ଯ୍ୟ ଶେଷ କରିବାକୁ କୁହାଯାଇଛି ।

Advertisment

ଅଙ୍ଗନବାଡ଼ି କେନ୍ଦ୍ର ଚାଲିଥିବା ଘରର ସ୍ଥିତି ଓ ଅନ୍ୟ ଉପକରଣକୁ ସଂପୃକ୍ତ ଅଧିକାରୀଙ୍କ ଦ୍ୱାରା ଯାଂଚ କରିବାକୁ ଚିଠିରେ ଉଲ୍ଲେଖ କରାଯାଇଛି । କେନ୍ଦ୍ରଗୁଡିକ ଯାଂଚ କରି ଆସନ୍ତା ୧୬ ତାରିଖ ସୁଦ୍ଧା ପ୍ରସ୍ତୁତି ରିପୋର୍ଟ ପଠାଇବେ ଜିଲ୍ଲାପାଳ । ରିପୋର୍ଟ ପାଇବା ପରେ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବା ନେଇ ଚୂଡ଼ାନ୍ତ ନିଷ୍ପତି ନିଆଯିବ ।