ରାଜ୍ୟରେ ଆଉ ୧୦୬ ପିଲାଙ୍କୁ କରୋନା : ୨୪ଘଂଟାରେ ୮୧୬ ନୂଆ ଅକ୍ରାନ୍ତ ଚିହ୍ନଟ, ୬୯ ମୃତ

172

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୭୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥି ଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୦୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୩ ଜଣ, ବାଲେଶ୍ୱରରୁ ୪୬ ଜଣ, ବରଗଡ଼ରୁ ୧୩ ଜଣ, ଭଦ୍ରକରୁ ୯ ଜଣ, କଟକରୁ ୧୧୬ ଜଣ, ଦେବଗଡ଼ରୁ ୧୩ ଜଣ, ଢେଙ୍କାନାଳରୁ ୧୯ ଜଣ, ଗଞ୍ଜାମରୁ ୯ ଜଣ, ଜଗତସିଂହପୁରରୁ ୩୪ ଜଣ, ଯାଜପୁରରୁ ୩୧ ଜଣ, ଝାରସୁଗୁଡ଼ାରୁ ୧ ଜଣ, କନ୍ଧମାଳରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୨୯ ଜଣ, କେଉଁଝରରୁ ୧୬ ଜଣ, କୋରାପୁଟରୁ ୫ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୨୭ ଜଣ, ନୟାଗଡ଼ରୁ ୧୨ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ ପୁଲରୁ ୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେପଟେ ୬୯ ମୃତ୍ୟୁର ହିସାବ ଦେଲେ ସରକାର । ସୂଚନା ଅନୁଯାୟୀ, ଏହି ୬୯ ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୩୮ ଜଣ ଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୯ ଜଣ ଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ କେହି ପ୍ରାଣ ହରାଇନାହାନ୍ତି । ଏଣେ ଢେଙ୍କାନାଳରୁ ୬ ଜଣ ଆକ୍ରାନ୍ତ ଅଛନ୍ତି । ଏହାଛଡ଼ା ଯାଜପୁର, ମୟୂରଭଞ୍ଜ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି । ଅପରପକ୍ଷରେ ଅନୁଗୁଳ ଓ ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ପୁରୀ, ଭଦ୍ରକ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ଥିବା ଜଣାଯାଇଛି ।

୨୪ଘଂଟା ଭିତରେ ୬୯ହଜାର ୫୮୫ଟି ନମୂନା ଚିହ୍ନଟ ହୋଇଥିବା ବେଳେ ପଜିଟିଭ ହାର ରହିଛି ୧ ଦଶମିକ ୧୭ ପ୍ରତିଶତ । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪ହଜାର ୮୭୫କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୯ଲକ୍ଷ ୮୮ହଜାର ୮୫୪ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୮ହଜାର ୨୭୧ ରହିଛି ।