ଛୋଟ ପିଲାଙ୍କୁ ବଢ଼ୁଛି କରୋନା : ଶୂନରୁ ୧୮ ବର୍ଷ ମଧ୍ୟରେ ଆଉ ୧୨୦ ପଜିଟିଭ; ୨୪ ଘଂଟାରେ ୮୪୯ ନୂଆ ଆକ୍ରାନ୍ତ

୭ଜଣଙ୍କ ମୃତ୍ୟୁ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୧

228

କନକ ବ୍ୟୁରୋ : ରାଜ୍ୟରେ ଛୋଟ ପିଲାଙ୍କୁ ବଢୁଛି କରୋନା । ଶୂନରୁ ୧୮ ବର୍ଷ ମଧ୍ୟରେ ଆଉ ୧୨୦ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୯୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୨୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨୦ ଜଣ, ବାଲେଶ୍ୱରରୁ ୫୧ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୧୧ ଜଣ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୧୭ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୨୬ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୧୨ ଜଣ, ଯାଜପୁରରୁ ୩୨ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୪ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୯ ଜଣ, କେଉଁଝରରୁ ୧୨ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୨୧ ଜଣ, ନବରଙ୍ଗପୁରୁ ୪ ଜଣ, ନୟାଗଡ଼ରୁ ୭ ଜଣ, ପୁରୀରୁ ୩୧ ଜଣ, ରାୟଗଡ଼ାରୁ ୧୨ ଜଣ, ସମ୍ୱଲପୁରରୁ ୧୬ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୧୮ ଜଣ ଓ ଷ୍ଟେଟ ପୁଲରୁ ୭୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮ ହଜାର ୩୫କୁ ବୃଦ୍ଧି ପାଇଛି । ସେହିପରି ୨୪ ଘଂଟାରେ ୮୪୯ ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।  ୭୧ ହଜାର ୨୪୭ ନମୁନା ପରୀକ୍ଷା ହୋଇଥିବା ବେଳେ ଟେଷ୍ଟ ପିଜିଟିଭ୍ ରେଟ୍ ରହିଛି ୧.୧୯ ପ୍ରତିଶତ । ରାଜ୍ୟରେ ଏବେ ଆକ୍ଟିଭ୍ କେସ୍ ରହିଛି ୭ ହଜାର ୩୪୫ ।