ରାଜ୍ୟରେ ୧% ପାଖାପଖି ଦୈନିକ ସଂକ୍ରମଣ : ୨୪ ଘଂଟାରେ ୬୮୧ ନୂଆ ଆକ୍ରାନ୍ତ ଚିହ୍ନଟ

 ପରୀକ୍ଷା ହେଲା ୬୭ହଜାର ୨୨୯ ନମୂନା; ୧୧୮ ପିଲା ପିଜିଟିଭ

88

କନକ ବ୍ୟୁରୋ : ରାଜ୍ୟରେ ୧ପ୍ରତିଶତ ପାଖାପଖି ରହିଛି ଦୈନିକ ସଂକ୍ରମଣ । ଗତ ୨୪ ଘଂଟାରେ ରାଜ୍ୟରେ ପୁଣି ୬୮୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ୬୭ହଜାର ୨୨୯ ନମୂନା ପରୀକ୍ଷା କରାଯାଇଥିଲା ବେଳେ ୬୮୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଗତ ୨୪ଘଂଟାରେ ଶୂନରୁ ୧୮ବର୍ଷ ଭିତରେ ୧୧୮ ପିଲା ପିଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୩୯୮ ଓ ୨୮୩ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୨୨୨ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୮ ଜଣ, ବାଲେଶ୍ୱରରୁ ୩୪ ଜଣ, ବରଗଡ଼ରୁ ୧୪ ଜଣ, ଭଦ୍ରକରୁ ୯ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୧୦୧ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୧୯ ଜଣ, ଗଞ୍ଜାମରୁ ୧୩ ଜଣ, ଜଗତସିଂହପୁରରୁ ୧୯ ଜଣ, ଯାଜପୁରରୁ ୩୩ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୯ ଜଣ, କେଉଁଝରରୁ ୧୦ ଜଣ, ଖୋର୍ଦ୍ଧାରୁ ୨୨୨ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୨୭ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୧୦ ଜଣ, ପୁରୀରୁ ୨୬ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ୱଲପୁରରୁ ୧୦ ଜଣ, ସୋନପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୨୦ ଜଣ ଓ ଷ୍ଟେଟ ପୁଲରୁ ୪୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୫ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର । ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ମୃତକଙ୍କ ମଧ୍ୟରେ ଭଦ୍ରକ, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଅଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୮୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୧୮ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୦, ୭୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୯, ୯୫, ୪୭୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୭, ୧୮୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।